ମାଙ୍କଡ଼ଙ୍କ ଏକତା: ଶିକାର ଖୋଜୁଥିବା ଚିତାବାଘ ଉପରେ କଲେ ଆକ୍ରମଣ,ଭିଡ଼ିଓ ଭାଇରାଲ…

ଜୋହାନ୍ସବର୍ଗ,୧୭।୮ : ଦକ୍ଷିଣ ଆଫ୍ରିକାର ଏକ ଜଙ୍ଗଲ ଅଞ୍ଚଳରେ ମାଙ୍କଡ଼ଙ୍କର ଏକତା ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେମାନେ ମିଳିତ ଭାବେ ଏକ ଚିତାବାଘ ଉପରେ ଆକ୍ରମଣ କରି ତାକୁ  ତଡ଼ି ଦେବାରେ ସଫଳ ହୋଇଥିବା ଦେଖିବାକୁ ମିଳୁଛ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରାୟ ୫୦ ଟି ମାଙ୍କଡ଼ ଏକତ୍ର ଚିତାବାଘ ଉପରେ ଆକ୍ରମଣ କରୁଥିବା ଦେଖାଯାଉଛି। ଏହି ସଂଘର୍ଷ ଟ୍ରାଫିକକୁ ବ୍ୟାହତ କଲାବେଳେ ଭିଡିଓ ରେକର୍ଡ କରାଯାଇଥିଲା।

ଚିତାବାଘ ଶିକାର ସନ୍ଧାନରେ ରାସ୍ତା କଡ଼ରେ ବୁଲୁଥିଲା। ଏହି ସମୟରେ ରାସ୍ତାରେ ଏକ ମାଙ୍କଡ ମଧ୍ୟ ଦେଖିବାକୁ ମିଳିଥିଲା। ଚିତାବାଘ ଗୋଷ୍ଠୀ ଉପରେ ଆକ୍ରମଣ କରିବା ପୂର୍ବରୁ ମାଙ୍କଡମାନେ ଚିତାବାଘ ଉପରେ ଆକ୍ରମଣ କରିଥିଲେ। ଭିଡିଓକୁ ଦେଖିଲେ ଲାଗୁଛି ପ୍ରଥମେ ମାଙ୍କଡମାନେ ପଛକୁ ଫେରିବାକୁ ମନସ୍ଥ କରିଥିଲେ, କିନ୍ତୁ ଯେତେବେଳେ ସେମାନେ ସେମାନଙ୍କର ସଂଖ୍ୟା ଅନୁଭବ କଲେ, ସେମାନେ ଚିତାବାଘର ମୁକାବିଲା କରିବାକୁ ଯୋଜନା କଲେ।

ମାଙ୍କଡ଼ମାନେ ଚିତାବାଘକୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ିଥିବାର ଦେଖିବାକୁ ମିଳୁଛି। ତେବେ ମାଙ୍କଡ଼ଙ୍କ ସଂଖ୍ୟା ଦେଖି ଚିତାବାଘଟି ପଳାଇବା ଛଡା ଅନ୍ୟ କୌଣସି ବିକଳ୍ପ ନ ଥିଲା। ଚିତାବାଘ ପ୍ରଥମେ ସାହସ ଦେଖାଇ ମାଙ୍କଡମାନଙ୍କ ସହିତ ଲଢ଼ିବାକୁ ଚେଷ୍ଟା କଲା, କିନ୍ତୁ ଶେଷରେ ହାର ମାନି ପଳାଇ ଯାଇଥିଲା। ଏହି ଘଟଣା ଯୋଗୁଁ ଅନେକ ଘଣ୍ଟା ଧରି ଟ୍ରାଫିକ ବାଧାପ୍ରାପ୍ତ ହୋଇଥିଲା ।

ଏହି ଭିଡିଓ ସୋସିଆଲ ମିଡିଆରେ ୧୫ ଅଗଷ୍ଟରେ ପୋଷ୍ଟ କରାଯାଇଛି। ଏହାକୁ ଏପର୍ଯ୍ୟନ୍ତ ୨ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓକୁ ୟୁଟ୍ୟୁବରେ ଦେଖିଥିବାବେଳେ ଅନେକ ଲୋକ ଏହି ଭିଡିଓ ଉପରେ ମନ୍ତବ୍ୟ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri