ଆୟୁର୍ବେଦ ମହାବିଦ୍ୟାଳୟରେ ସର୍ବଭାରତୀୟ ପ୍ରଶିକ୍ଷଣ: ୧୫ ରାଜ୍ୟରୁ ଯୋଗଦେଲେ

ବଲାଙ୍ଗୀର,୧।୯(ସୁନିଲ କୁମାର ମହାନ୍ତି): ସ୍ଥାନୀୟ ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟଓ ଚିକିତ୍ସାଳୟରେ ଏକ ସର୍ବ ଭାରତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ତଥା ରାଷ୍ଟ୍ରୀୟ ଆୟୁର୍ବେଦ ବିଦ୍ୟା ପୀଠର ମିଳିତ ଆନୁକୁଲ୍ୟରେ ସର୍ବ ଭାରତୀୟ ସ୍ତରରୁ ୩୦ ଜଣ ସସ୍ତବୃତ୍ତ ଏଂ ଯୋଗ ବିଭାଗର ଅଧ୍ୟାପକ ଓ ଅଧ୍ୟାପିକା ମାନେ ପ୍ରଶିକ୍ଷଣରେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଫେସର ଡ଼ା.ମନୋଜ କୁମାର ସାହୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ବିଶିଷ୍ଟ ଅତିଥି ଭାବରେ ପ୍ରଫେସର ସୁମିତା ଜେନ (ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ନାଗପୁର) ଏବଂ ପ୍ରଫେସର ପ୍ରଭୁ ନାଗଲାପୂର୍‌ ( ଶ୍ରୀ ଜଗତ ଗରୁ ଗାବିସିଦ୍ଧେଶ୍ୱର ଆୟର୍ବେଦିକ ମହାବିଦ୍ୟାଳୟ) ଯୋଗ ଦେଇ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମର ସଂଯୋଜକ ଡ଼ା ଶୁଶାନ୍ତ ସାହୁ ସ୍ବାଗତ ଅଭିଭାଷଣ ଦେଇଥିଲେ । ଡ଼ା ଉତ୍କଳନୀ ନାୟକ ଓ ଡ଼ା ଲିପ୍ସା ଦାସ କାର୍ଯ୍ୟକ୍ରମର ପ୍ରଶିକ୍ଷଣ ଶିବିରକୁ ପରିଚାଳନା କରିଥିଲେ। ପ୍ରଫେସର ସରିତା ମହନ୍ତ , ଡ଼ା ସ୍ନେହଲତା ପ୍ରଧାନ, ଡ଼ା ଆଶିଷ ମୋଡା, ଡ଼ା ଶ୍ୟାମ ସୁନ୍ଦର ସାହୁ, ଡ଼ା ପ୍ରଗତି ଭାଲେରାଓ ଙ୍କ ପ୍ରତ୍ୟକ୍ଷ ତତ୍ତାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଶେଷରେ ଡା ଶୁଭସ୍ମିତା ଜେନା ଧନ୍ୟବାଦ ଅର୍ପଣ କରିଥିଲେ। ବଲାଙ୍ଗୀର ଠାରେ ଆରମ୍ଭ ହୋଇଥିବା ସର୍ବ ଭାରତୀୟ ପ୍ରଶିକ୍ଷଣ ଶିବିରରେ ୧୫ଟି ରାଜ୍ୟରୁ ଅଧ୍ୟାପିକା ଓ ଅଧ୍ୟାପକ ମାନେ ଆସି ଯୋଗଦେଇଥିବା ବେଳେ ଏହି ଶିବିରଟି ଆସନ୍ତା ସେପ୍ଟେମ୍ବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ…

ଗଞ୍ଜାମ ପୋଲିସ ପକ୍ଷରୁ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ: ଯୋଗ ଦେଲେ ବହୁ ସଂଖ୍ୟକ ଛାତ୍ରୀ

ଗଞ୍ଜାମ,୯।୫(ଅନାଥ ତରାଇ): ଗଞ୍ଜାମ ଥାନା ପକ୍ଷରୁ ପୋଲିସ ଓ ଜନସାଧାରଣ ବିଶେଷକରି କିଶୋର କିଶୋରୀଙ୍କ ମଧ୍ୟରେ ଥିବା ଦୂରତାକୁ ହ୍ରାସ କରିବା ଲକ୍ଷ୍ୟରେ ‘ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ସଫଳତାର…

ଅନାଲୋ ସଜନୀ

ଜୋତା ଦୋକାନର ପିଲାଟିକୁ ମୋ ପାଇଁ ଜୋତା ଦେଖେଇବାକୁ କହିଛି କି ନାହିଁ ମତେ ସାମାନ୍ୟ ଠେଲିଦେଇ ଜଣେ ଯୁବତୀ ଏବଂ ତାଙ୍କ ମାଆ ଭିତରକୁ ପଶିଆସିଲେ।…

ଭଗବାନ୍‌ ଆମ ଅନ୍ତରରେ

ନିର୍ଜୀବରୁ ଜୀବ ସୃଷ୍ଟି – ଏ ଏକ ନିୟମ ା ମଣିଷର ଦେହକୁ ଅଣୁ ପରମାଣୁ ଭଳି ଟିକି ଟିକି କରିପାରିଲେ ଆମ ଚକ୍ଷୁରେ ସେଗୁଡିକ ନିର୍ଜୀବ…

ମହତ୍ତ୍ୱାକାଂକ୍ଷୀ ଗତିଶୀଳତା

ନିୟମିତ ଭାବେ କିଛି ବର୍ଷ ବ୍ୟବଧାନରେ ବାସ୍ତବ ସ୍ଥିତିକୁ ସ୍ବୀକାର କରି ତଦନୁଯାୟୀ କାର୍ଯ୍ୟ କରିବା ପାଇଁ ଭାରତ ଏହାର ରାଷ୍ଟ୍ରଦୂତଙ୍କୁ ଆହ୍ବାନ ଦିଏ। ସମ୍ପ୍ରତି ରାଷ୍ଟ୍ରଦୂତ…

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ…

ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…

ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ…

୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri