ଆସୁଛି କରୋନାର ‘ସୁପର ଭ୍ୟାକ୍ସିନ’

ଓ୍ବାଶିଂଟନ୍‌,୨୩।୬: କରୋନା ଭାଇରସ୍‌ ମହାମାରୀ ସମ୍ମୁଖୀନ ହୋଇଥିବା ବିଶ୍ୱ ଏବେ ଭିନ୍ନ ଭିନ୍ନ ଭାରିଆଣ୍ଟକୁ ନେଇ ଚିନ୍ତିତ ରହିଛି। ବିଭିନ୍ନ ଦେଶରେ କରୋନାର ନୂଆ ନୂଆ ଭାରିଆଣ୍ଟ ସାମ୍ନାକୁ ଆସୁଥିବା ବେଳେ ଏବେ ଏହା ଚିନ୍ତାର କାରଣ ପାଲଟିଛି। କିନ୍ତୁ ଏବେ ବୈଜ୍ଞାନିକ ଏଭଳି ଭାକ୍ସିନ ତିଆରି କରୁଛନ୍ତି, ଯାହା ସମସ୍ତ ଭାରିଆଣ୍ଟ ଉପରେ ପ୍ରଭାବଶାଳୀ ହେବ। ଏଥିସହ ଭବିଷ୍ୟତରେ ଏଭଳି ମହାମାରୀକୁ ରୋକିବାରେ ମଧ୍ୟ ସାହାଯ୍ୟ କରିବ। ସୁଚନା ମୁତାବକ ବୈଜ୍ଞାନିକମାନେ ଏକ ଏଭଳି ଭାକ୍ସିନ ତିଆରି କରିଛନ୍ତି, ଯାହା କୋଭିଡ-୧୯ ବ୍ୟତୀତ କରୋନା ଭାଇରସ୍‌ର ଅନ୍ୟ ସମସ୍ତ ଭାରିଆଣ୍ଟର ଉପରେ ପ୍ରଭାବଶାଳୀ ହେବ। ବର୍ତ୍ତମାନ ବୈଜ୍ଞାନିକମାନେ ଏହି ଭାକ୍ସିନକୁ ମୂଷା ଉପରେ ଟ୍ରାଏଲ୍‌ କରିଛନ୍ତି। ଆସନ୍ତା ବର୍ଷ ଏହା ମନୁଷ୍ୟ ଉପରେ ଟ୍ରାଏଲ୍‌ କରାଯିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଆମେରିକାର ନର୍ଥ କାରୋଲିନା ୟୁନିଭର୍ସିଟିର ବୈଜ୍ଞାନିକମାନେ ଏବେଠାରୁ ଏହି ଭାକ୍ସିନ ଉପରେ ଗବେଷଣା କରିବା ଆରମ୍ଭ କରିଦେଇଛନ୍ତି। କାରଣ ପରବର୍ତ୍ତୀ ସମୟରେ କେଉଁ ଭାଇରସ୍‌ କେଉଁ ମହାମାରୀକୁ ଉତ୍ପନ୍ନ କରିବ ସେନେଇ କାହାକୁ ଜଣାନାହିଁ। ତେଣୁ ଏବେଠାରୁ ଆଗୁଆ ପ୍ରସ୍ତୁତି କରିବା ଉଚିତ୍‌ ବୋଲି ବୈଜ୍ଞାନିକମାନେ କହିଛନ୍ତି। ଯଦି ସବୁ ଠିକ୍‌ଠାକ ରହେ ତେବେ ଏହି ସୁପର ଭାକ୍ସିନ କରୋନାର ତୃତୀୟ ମହାମାରୀ ପୂର୍ବରୁ ଦୁନିଆକୁ ଆସିଯିବ ବୋଲି ବୈଜ୍ଞାନିକଙ୍କ ଏକ ଟିମ୍‌ ସୂଚନା ଦେଇଛନ୍ତି। ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?