Posted inଖେଳ

ଆଇସିସି ଚାହୁଁନି ଏପରି; ଗେଲ୍‌ ବ୍ୟାଟ୍‌ରେ ଲେଖିଲେ ‘ଦ ବସ୍‌’

ଗ୍ରସଆଇଲେଟ୍‌,୧୪।୭: ଓ୍ବେଷ୍ଟଇଣ୍ଡିଜ୍‌ର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ତଥା ‘ୟୁନିଭର୍ସ ବସ୍‌’ ନାମରେ ଜଣାଶୁଣା କ୍ରିସ୍‌ ଗେଲ୍‌ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ରେ ଧୁଆଁଧାର ବ୍ୟାଟିଂ କରିଥିଲେ। ସେ ୩୮ ବଲ୍‌ରେ ୪ ଚୌକା ଓ ୭ ଛକା ମାରି ୬୭ ରନ୍‌ କରିଥିଲେ। ତେବେ ଗେଲ୍‌ ଏହି ମ୍ୟାଚ୍‌ରେ ଯେଉଁ ବ୍ୟାଟ୍‌ରେ ଖେଲିଥିଲେ ସେଥିରେ ‘ଦ ବସ୍‌’ ଲେଖାଯାଇଥିଲା। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲା। କାରଣ ବିଷୟରେ ପଚରାଯିବାରେ ଗେଲ୍‌ କହିଛନ୍ତି ଯେ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ମୁଁ ‘ୟୁନିଭର୍ସ ବସ୍‌’ ଶବ୍ଦର ବ୍ୟବହାର କରେ ବୋଲି ଚାହୁଁନାହିଁ। ଏଣୁ ମୁଁ ଏହାକୁ ଛୋଟ କରିଦେଇଛି। ଏବେ ବ୍ୟାଟ୍‌ ଉପରେ କେବଳ ‘ଦ ବସ୍‌’ ବୋଲି ଲେଖିଛି ବୋଲି ସେ କହିଛନ୍ତି। ଏହାଛଡ଼ା ମଜାଳିଆ ଢ଼ଙ୍ଗରେ ଆଇସିସିକୁ ମୁଁ ହିଁ ବସ୍‌ ବୋଲି ସେ କହିଥିବା ଦେଖାଯାଇଛି।

କହିରଖୁଛୁ, ଗତ କିଛି ମ୍ୟାଚ୍‌ରୁ ଫର୍ମରେ ନ ଥିଲେ ଗେଲ୍‌। ଏଥିପାଇଁ ତାଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। ହେଲେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟି-୨୦ରେ ଗେଲ୍‌ ଯେଉଁଭଳି ଭାବେ ସେ ପ୍ରତ୍ୟାବର୍ତ୍ତନ କରିଛନ୍ତି ସେଥିରୁ ସେ ସହଜରେ ପଡ଼ିଆ ଛାଡ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛି। ତେବେ ସେ ଏହି ମ୍ୟାଚ୍‌ରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ପ୍ରଥମ ଖେଳାଳି ଭାବେ ଟି୨୦ କ୍ରିକେଟରେ ୧୪,୦୦୦ ରନ୍‌ ପୂରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri