ଡ୍ରିମ୍‌ସକୁ ବିଶ୍ୱବିଦ୍ୟାଳୟର ମାନ୍ୟତା

ଭୁବନେଶ୍ୱର,୧୬।୧୧: ଧନେଶ୍ୱର ରଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମେଡିକାଲ ସାଇନସେସ୍‌ (ଡ୍ରିମ୍‌ସ) କଟକକୁ ନିକଟରେ ଓଡ଼ିଶା ସରକାର ବିଶ୍ୱବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛନ୍ତି। ବିଶେଷ କରି ଇଞ୍ଜିନିୟରିଂ, ମ୍ୟାନେଜମେଣ୍ଟ, ଡାକ୍ତରୀ, ନର୍ସିଂ ଏବଂ ଅନ୍ୟ ସହାୟକ ପାଠ୍ୟକ୍ରମ ଆଦିରେ ଉଚ୍ଚତର ଗୁଣାତ୍ମକ ଶିକ୍ଷାଦାନ, ଗବେଷଣା ଓ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ଅନୁକୂଳ ପରିବେଶ ଓ ସୁଯୋଗ ସୃଷ୍ଟି ହେବା ସହିତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନୂତନ ପାଠ୍ୟକ୍ରମ ବିଶ୍ୱବିଦ୍ୟାଳୟରେ ପ୍ରଚଳନ ସମ୍ଭବ ହେବ। ଏପରିକି ଅନ୍ୟ ବିଶ୍ୱବିଦ୍ୟାଳୟ ଭଳି ଏଠାରେ ମଧ୍ୟ ସର୍ବଭାରତୀୟ ପ୍ରବେଶିକା ପରୀକ୍ଷା ଅନଷ୍ଠିତ ହେବ। ଉକ୍ତ ପ୍ରବେଶିକା ପରୀକ୍ଷା ଜରିଆରେ ଛାତ୍ରୀଛାତ୍ର ନାମ ଲେଖାଇବା ସହିତ ବିଶ୍ୱବିଦ୍ୟାଳୟ ଅଧୀନରେ ପରୀକ୍ଷା ପରିଚାଳନା ବ୍ୟବସ୍ଥା ରହିବ। ସେହିଭଳି ଗ୍ରାମାଞ୍ଚଳ ଭିତ୍ତିିଭୂମିରେ ଗଢ଼ିଉଠିଥିବା ଉକ୍ତ ଶିକ୍ଷାନୁଷ୍ଠାନ ବିଶ୍ୱବିଦ୍ୟାଳୟରେ ପରିଣତ ହେବା ଏକ ବଡ଼ ସଫଳତା ହୋଇଥିବାବେଳେ ଶିକ୍ଷାନୁଷ୍ଠାନର ସ୍ବପ୍ନସାକାର ହୋଇଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ, ଅଭିଭାବକ, ଶିକ୍ଷାପ୍ରେମୀ ଓ କଟକ ଜିଲାବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇବା ସଙ୍ଗେ ସଙ୍ଗେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ମଧ୍ୟ ସ୍ବାଗତ କରାଯାଇଛି। ଅପରପକ୍ଷରେ ଶିକ୍ଷାନୁଷ୍ଠାନକୁ ଏଭଳି ଏକ ମର୍ଯ୍ୟାଦାଜନକ ସ୍ବୀକୃତି ମିଳିଥିବାରୁ ଓଡ଼ିଶାର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ୫-ଟି ସଚିବ, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ସମସ୍ତ କର୍ମକର୍ତ୍ତାଙ୍କୁ ‘ଡ୍ରିମ୍‌ସ’ର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ କୃତଜ୍ଞତା ଜଣାଇଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ନଂ. ୮୫୭୩ ତା ୧୫.୧୧.୨୦୨୩ ଅନୁଯାୟୀ ଡ୍ରିମ୍‌ସ ଆଜିଠାରୁ ବିଶ୍ୱବିଦ୍ୟାଳୟ ଭାବେ ପରିଗଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri