ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ ସୃଷ୍ଟି ହୋଇଥିବା ଆର୍ଥିକ ଭାର ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ବହନ କରିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ସଚିବ ଅରବିନ୍ଦ ଅଗ୍ରୱାଲ ଗୁରୁବାର ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କୁ ଚିଠି ଲେଖି ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଚିଠିରେ ଉଲ୍ଲେଖ ରହିଛି ଯେ, କେତେକ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ପୂର୍ବାନୁମୋଦନ ବିନା ଅନୁମୋଦିତ ଓ ଅଣନୁମୋଦିତ ପଦବୀରେ ନିଯୁକ୍ତି କରାଯାଇଛି। ଏହି କର୍ମଚାରୀମାନେ ପରେ ନିୟମିତକରଣ ପାଇଁ ଦାବି କରୁଛନ୍ତି। ଏନେଇ ବିଭିନ୍ନ ମାମଲା କୋର୍ଟରେ ଚାଲୁଛି। ଏହଦ୍ୱାରା ରାଜ୍ୟ ସରକାର ଓ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଉପରେ ଆର୍ଥିକ ଭାର ବଢ଼ିବାରେ ଲାଗିଛି। ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ-୧୯୮୯ର ଧାରା-୨୨ ଅନୁଯାୟୀ କୌଣସି ପଦବୀ ସୃଷ୍ଟି ପାଇଁ ସରକାରଙ୍କ ଅନୁମୋଦନ ଆବଶ୍ୟକ। ଏହି ଅନୁମୋଦନ ଓ ନିର୍ଦ୍ଧାରିତ ନିୟମ ପ୍ରକ୍ରିୟା ବିନା କରାଯାଇଥିବା ନିଯୁକ୍ତି ଆଇନସମ୍ମତ ନୁହେଁ। ଏପରି ବେଆଇନ ନିଯୁକ୍ତି ପାଇଁ ଦାୟୀ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ୨୦୧୧ରୁ ରାଜ୍ୟ ସରକାର ନିୟମିତ ନନ୍‌-ଟିଚିଂ ପଦବୀ ପାଇଁ ନିଯୁକ୍ତି କରୁଛନ୍ତି। କିନ୍ତୁ କେତେକ ବ୍ୟକ୍ତି ପ୍ରତିଯୋଗିତାମୂଳକ ପରୀକ୍ଷା ମାଧ୍ୟମରେ ଚୟନ ହେବା ପରିବର୍ତ୍ତେ ବ୍ୟାକ-ଡୋର୍‌ ଏଣ୍ଟ୍ରି ମାଧ୍ୟମରେ ନିୟମିତକରଣ ପାଇଁ ଚେଷ୍ଟା କରୁଛନ୍ତି। ଏହା ସରକାରୀ ନିଯୁକ୍ତି ବ୍ୟବସ୍ଥାର ସ୍ବଚ୍ଛତା ଓ ସମାନ ସୁଯୋଗ ନୀତିକୁ କ୍ଷୁଣ୍ଣ କରୁଥିବା ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?