ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାକିରି ଦେବା ଆଳରେ ଠକେଇ

ଭୁବନେଶ୍ୱର ୧୪।୬, ସତ୍ୟଜିତ୍‌ ରାଉତ: ଉତ୍କଳ ବିଶ୍ୱବିଦ୍ୟାଳୟରେ ଚାକିରି ଦେବା ଆଳରେ ୧.୩୭ ଲକ୍ଷ ଟଙ୍କା ଠକିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଚନ୍ଦ୍ରଶେଖରପୁର ଥାନା ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣିରେ ରହୁଥିବା ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଗୌରାଙ୍ଗ ସାହୁ (୩୦)। ଗୌରାଙ୍ଗଙ୍କୁ କୋର୍ଟଚାଲାଣ କରାଯିବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଠକେଇର ଶିକାର ହୋଇଛନ୍ତି ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ରହୁଥିବା ବଡ଼ମ୍ବା ଅଞ୍ଚଳର ଶ୍ରୀକାନ୍ତ ସାହୁ। ସେ ଏକ ଘରୋଇ ସଂସ୍ଥାରେ ସିକ୍ୟୁରିଟି ଗାର୍ଡ ଭାବେ ଚାକିରି କରିବା ସହ ପାର୍ଟ ଟାଇମ୍‌ ଭାବରେ ରାପିଡୋ ବାଇକ୍‌ ଚଳାନ୍ତି। ଅଭିଯୁକ୍ତ ଗୌରାଙ୍ଗ ଗତ ଏପ୍ରିଲରେ ଚକେଇସିଆଣିରୁ ଶ୍ରୀକାନ୍ତଙ୍କୁ ରାପିଡୋରେ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାଡ଼ିଥିଲେ। ସେହି ସମୟରେ ଗୌରାଙ୍ଗ ନିଜକୁ ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ଲାଇବ୍ରେରିଆନ୍‌ ବୋଲି ପରିଚୟ ଦେଇଥିଲେ। ଏଥିସହ ବିଭିନ୍ନ କଥା କହି ବିଶ୍ୱାସ ଜନ୍ମାଇବା ପରେ ଶ୍ରୀକାନ୍ତଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆସିଷ୍ଟାଣ୍ଟ ଲାଇବ୍ରେରିଆନ୍‌ ପୋଷ୍ଟରେ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇଥିଲେ। ଏଥିପାଇଁ ଗୌରାଙ୍ଗ ଟଙ୍କା ମାଗିବାରୁ ଶ୍ରୀକାନ୍ତ ତାଙ୍କୁ ବିଭିନ୍ନ ପର୍ଯ୍ୟାୟରେ ମୋଟ ୧ ଲକ୍ଷ ୩୭ ହଜାର ଟଙ୍କା ଦେଇଥିଲେ। ସେହିଭଳି ରଞ୍ଜନ କୁମାର ଦାସ ନାମକ ଜଣେ ସାଙ୍ଗଙ୍କୁ ଶ୍ରୀକାନ୍ତ ପରିଚୟ କରାଇବା ପରେ ଗୌରାଙ୍ଗ ତାଙ୍କୁ ମଧ୍ୟ ସମାନ ଭାବେ ଠକି ୪୦ ହଜାର ନେଇଯାଇଥିଲେ। ତେବେ ଶ୍ରୀକାନ୍ତ ଠକେଇର ଶିକାର ହୋଇଥିବା ଜାଣିବା ପରେ ଥାନାରେ ଏତଲା ଦେଇଥିଲେ। ମଙ୍ଗଳବାର ପୋଲିସ ଏକ ମାମଲା (ନଂ.୨୮୫/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ଗୌରାଙ୍ଗ ଏଭଳି ଅନ୍ୟବ୍ୟକ୍ତିଙ୍କୁ ମଧ୍ୟ ଠକିଥିବା ପାଲିସ ସନ୍ଦେହ କରୁଛି। ତେଣୁ ଅଭିଯୋଗ ତାଲିକା ବଢ଼ିବା ନେଇ ପୋଲିସ ଆଶଙ୍କା କରି ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri