ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ଗୁଳିକାଣ୍ଡ, ୩ ମୃତ ଅଭିଯୁକ୍ତ ଗିରଫ

ନ୍ୟୁୟର୍କ,୧୫ ।୧୧: ଆମେରିକାର ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପରିସରରେ ରବିବାର ରାତିରେ ଗୁଳିକାଣ୍ଡ ହୋଇଛି । ଏହି ସମୟରେ ଭର୍ଜିନିଆ ବିଶ୍ୱ ବଦ୍ୟାଳୟ ଫୁଟବଲ ଟିମର ୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଛି । ଏହାସହ ଅନ୍ୟ ୨ ଜଣ ଆହତ ହୋଇଛନ୍ତି । ଭର୍ଜିନିଆ ବିଶ୍ୱବିଦ୍ୟାଳୟ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଫୁଟବଲ ଖେଳାଳି ଲେଭେଲ ଡେଭିଡ ଓ ଡେସିନ ପେରି ରହିଛନ୍ତି ।

ନ୍ୟୁଜ ଏଜେନ୍ସି ରଏଟର୍ସର ସୂଚନା ଅନୁଯାୟୀ, ଏହି ମାମଲାରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ବିଶ୍ୱବିଦ୍ୟାଳୟ ପରିସରରେ ଗୁଳିକାଣ୍ଡର କିଛି ଘଣ୍ଟା ପରେ ଉକ୍ତ ବ୍ୟକ୍ତି ଏକ ଫିଲ୍ଡ ଟ୍ରିପରୁ ଫେରୁଥିବା ଛାତ୍ରରେ ଭରା ବସ ଉପରକୁ ବି ଗୁଳି ଚଳାଇଥିଲେ । ଏହି ସମୟରେ ପୋଲିସ ତାଙ୍କୁ କାବୁ କରି ନେଇଥିଲା । ବିଶ୍ୱବିଦ୍ୟାଳୟ ପୋଲିସ ଏକ ଖବରଦାତା ସମ୍ମଳନୀରେ କହିଛି, ସନ୍ଦିଗ୍ଧ ଛାତ୍ର ଜଣକ ହେଉଛନ୍ତି କ୍ରିଷ୍ଟୋଫର ଡାନେଲ ଜୋନ୍ସ(୨୨)ଙ୍କୁ ରବିବାର ରାତି ପ୍ରାୟ ୧୦ଟା ୩୦ରେ ଗିରଫ କରାଯାଇଛି ।
ୟୁଭିଏ ମ୍ୟାନେଜମେଣ୍ଟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଏହି ଘଟଣା ପରେ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସକୁ ବନ୍ଦ କରି ଦିଆଯାଇଛି । ତେବେ ସନ୍ଦିଗ୍ଧ ଛାତ୍ର ଜଣଙ୍କ ୟୁନିଭର୍ସିଟିର ଛାତ୍ର ବୋଲି ଜଣାପଡିଥିବା ବେଳେ ସେ ପୂର୍ବରୁ ୟୁଭିଏ ଫୁଟବଲ ଟିମର ପ୍ଲେୟାର ରହି ସ।।ରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri