ଚାଷୀଙ୍କ ଅଜାଣତରେ ଟଙ୍କା ହଡ଼ପ ଘଟଣା:ରାଜକନିକାରୁ ରାଜଧାନୀକୁ ଚାଷୀଙ୍କ ପଦଯାତ୍ରା

ରାଜକନିକା,୧୯ା୯(ସଞ୍ଜୟ କୁମାର ଦାଶ):କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ)ରେ ଚାଷୀମାନଙ୍କ ଅଜାଣତରେ ଟଙ୍କା ହେରଫେର ହୋଇଛି। ଏହି ଘଟଣାରେ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି କରାଯାଇଛି। ସେଥିପାଇଁ ସମବାୟ ସମିତିର ସମ୍ପାଦକ ଅସିତ କୁମାର ବେହୁରିଆ ଓ କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ଶାଖା ପରିଚାଳକ ସଞ୍ଜୟ କୁମାର ମହାପାତ୍ରଙ୍କ ବିରୋଧରେ ସମିତିର ଚାଷୀମାନେ ଗତ ଅଗଷ୍ଟ ୩ ତାରିଖରେ ରାଜକନିକା ଥାନାରେ ଏତଲା ଦେଇଥିଲେ। ଏହାପରେ ଉପରୋକ୍ତ ୨ ଅଧିକାରୀଙ୍କ ବିରୋଧରେ ୧୨ଟି ଏତଲା ହୋଇଛି। ହେଲେ ପୋଲିସ ମାତ୍ର ଗୋଟିଏ ମାମଲା ରୁଜୁ କରି ଚୁପ୍‌ ବସିଛି । ଅନ୍ୟପଟେ ସମସ୍ତ ପ୍ରମାଣ ଥାଇ ମଧ୍ୟ ସମବାୟ ବିଭାଗ ପକ୍ଷରୁ ସେଭଳି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ସବୁ ଜାଣି ପ୍ରଶାସନ ନୀରବଦ୍ରଷ୍ଟା ସାଜିଛି। ଏହାକୁ ନେଇ ଗତ ୧୦ତାରିଖରୁ ପେଗରପଡ଼ା ସମିତି ସଭ୍ୟ ପ୍ରବେଶନ ମଲିକ ଚାଷୀମାନଙ୍କୁ ନେଇ କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଆମରଣ ଅନଶନରେ ଆଜକୁ ୯ଦିନ ହେବ ବସିଛନ୍ତି। ହେଲେ ପ୍ରଶାସନଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀମାନେ ସମସ୍ତେ ନୀରବଦ୍ରଷ୍ଟା ସାଜିଛନ୍ତି। ଏହାର ପ୍ରତିବାଦରେ ଚାଷୀମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବାକୁ ବୁଧବାରଠାରୁ ପଦଯାତ୍ରାରେ ବାହାରିଛନ୍ତି। ଭୁବନେଶ୍ୱର ପହଞ୍ଚତ୍ବାକୁ ହେଲେ ଚାଷୀମାନଙ୍କୁ ପ୍ରାୟ ୧୫୦ କି.ମି.ଚାଲିବାକୁ ପଡିବ। ନ୍ୟାୟ ପାଇବା ଆଶା ନେଇ ଚାଷୀମାନେ ପଦଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଜିଦ୍‌ ଧରିଛନ୍ତି। ପଦଯାତ୍ରାରେ ଚାଷୀ, ଯୁବକ, ମହିଳା ଓ ବୁଦ୍ଧିଜୀବୀମାନେ ସାମିଲ ହୋଇଛନ୍ତି। ଏହି ପଦଯାତ୍ରାରେ କୃଷକ ନେତା ରାଜନାରାୟଣ ଜେନା, ଚାଷୀ ସୂର୍ଯ୍ୟମଣି ସାହୁ, ଶୁଭ୍ରଜିତ୍‌ ବିଶ୍ୱାଳ, ସଂଗ୍ରାମ ମଲିକ, ରଜତ ଦାସ, ଜଗନ୍ନାଥ ସାମଲ, ପବିତ୍ର ମୋହନ ମିଶ୍ର ପ୍ରମୁଖ ଶତାଧିକ ଚାଷୀ ସାମିଲ ହୋଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri