ମାଲକାନଗିରିରେ ଅଜଣା ରୋଗ: ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୯ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ସମୟରେ ଜଣକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ହଳଦୀକୁଣ୍ଡ ଗ୍ରାମର ମାସା ମାଡ଼କାମି। ଅନ୍ୟପକ୍ଷେ କ୍ବାକ୍‌ଙ୍କ ଦ୍ବାରା ଚିକିତ୍ସିତ ହେଉଥିବା ବେଳେ ରୋଗୀ ମଧ୍ୟ ମୃତ୍ୟୁ ମୁଖରେ ପଡ଼ିଛନ୍ତି। ଶୁକ୍ରବାର ସମ୍ପୃୃକ୍ତ କ୍ବାକ୍‌ଙ୍କୁ ଗିରଫ କରି ମାଥିଲି ପୋଲିସ କୋର୍ଟ ଚାଲାଣ କରିଛି। ସେ ହେଲେ ସାଲିମି ଗ୍ରାମର ନରେନ୍ଦ୍ର ମାଦ୍ରି। ମାଥିଲି ସ୍ବାସ୍ଥ୍ୟ ଅଧିକାରୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ତାଙ୍କ ନାମରେ ୧୮୨/୨୨ରେ ମାମଲା ରୁଜୁ ହୋଇଥିଲା।

ଗତ କିଛିଦିନ ହେଲା ହଳଦୀକୁଣ୍ତରେ ଅଜଣା ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଏହି ରୋଗରେ ଆକ୍ରାନ୍ତ ହେଲେ ଲୋକଙ୍କ ହାତଗୋଡ଼ ଫୁଲିବା ସହ ଜ୍ୱରରେ ହଠାତ୍‌ ଲୋକଙ୍କ ମୃତ୍ୟୁ ହେଉଛି। ଲୋକେ ଚିକିତ୍ସା ପାଇଁ ଡାକ୍ତରଖାନା ନ ଯାଇ ଗୁଣିଆ କିମ୍ବା କ୍ବାକ୍‌ଙ୍କ ଆଶ୍ରୟ ନେଉଛନ୍ତି। ଅନ୍ୟପକ୍ଷେ ଡାକ୍ତର ଅମିୟ ସ୍ବାଇଁଙ୍କ ନେତୃତ୍ୱରେ ଏକ ଡାକ୍ତରୀ ଟିମ୍‌ ହଳଦୀକୁଣ୍ତ ଗ୍ରାମକୁ ଯାଇ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ତଦାରଖ କରିଛନ୍ତି। ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ୧୫ଜଣଙ୍କୁ ମେଡିକାଲ ଆସିବାକୁ ପରାମର୍ଶ ଦେଇଥିଲେ। ତେବେ ଡାକ୍ତରଖାନାକୁ ଭରସା ନ କରି ମାତ୍ର ୪ ଜଣ ରୋଗୀ ଡାକ୍ତରଖାନା ଆସି ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?