ଶିଶୁମାନଙ୍କୁ ବ୍ୟାପୁଛି ଅଜଣା ରୋଗ

ସାରସକଣା,୧ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ ଅଞ୍ଚଳରେ ଶିଶୁମାନେ ଅଜଣା ରୋଗରେ ଆକ୍ରାନ୍ତ ହେଉଛନ୍ତି। ଶିଶୁଙ୍କ ମୁହଁ, ଦେହର ବିଭିନ୍ନ ସ୍ଥାନରେ ଫୋଟକା ଭଳି ହୋଇ ଘା’ ହୋଇଯାଉଛି। ଏହା ବ୍ୟାପୁଥିବାରୁ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖାଯାଇଛି।
ସୂଚନା ଅନୁଯାୟୀ, ସାରସକଣା ବ୍ଲକ୍‌ରେ ଏଯାବତ ୮ ଶିଶୁ ଉକ୍ତ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ଜଣ ୬ ବର୍ଷର, ୨ଜଣ ୫, ଜଣେ ୨ ବର୍ଷ ଏବଂ ଜଣେ ଦେଢ଼ ବର୍ଷର ଶିଶୁ ରହିଥିବା ଜାଣାପଡ଼ିଛି। ରୋଗ ହେଲେ ଶିଶୁଙ୍କୁ ହାଲୁକା ଜ୍ୱର, ଜଙ୍ଘ, ଆଣ୍ଠୁ, ଗୋଇଠି, ଅଣ୍ଟା, ହାତ ଆଦି ସ୍ଥାନରେ ଫୋଟକା ଭଳି ବାହାରୁଛି। ହାତ ପାପୁଲି ଓ ପାଦ ତଳ ସ୍ଥାନରେ ନାଲି ପଡ଼ିଯାଉଥିବା ବେଳେ ମୁହଁରେ ମଧ୍ୟ ଫୋଟକା ହୋଇ ଘା’ ହୋଇଯାଉଛି। ରୋଗର ପ୍ରଥମ ଲକ୍ଷ୍ୟଣରେ ଛୋଟ ଛୋଟ ବିନ୍ଦୁରୁ ଆରମ୍ବ ହୋଇ ସମୟ ଗଡ଼ିବା ସହିତ ଆକାର ବଡ଼ ହେଉଛି ।
ସଂକ୍ରାନ୍ତରେ ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ରଜତ ଦାସଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଏହାକୁ ହେଡ୍‌-ଫୁଟ-ମାଉଥ୍‌ ରୋଗ କୁହାଯାଏ। ମାତ୍ର ଏବେ ସେହି ରୋଗ ଭଳି ଅନ୍ୟ ଏକ ରୋଗ ଟମାଟୋ ଫ୍ଲୁ ବ୍ୟାପୁଛି। ଯାହା କେରଳ ରାଜ୍ୟରୁ ଚିହ୍ନଟ ହୋଇଛି। ରୋଗର ନିରାକରଣ ପାଇଁ ଡାକ୍ତରଙ୍କୁ ପରାମର୍ଶ ନେବାକୁ ସେ କହିଛନ୍ତି। ତେବେ ଏ ନେଇ ଶୀର୍ଷା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିପିଏମ ରେବତୀ ଗିରିଙ୍କୁ ପଚାରିବାରୁ ସେଭଳି ରୋଗ ବାବଦରେ କୌଣସି ଖବର ନ ଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri