ଗାଈ ବାଛୁରିଙ୍କୁ ବ୍ୟାପୁଛି ଅଜଣା ରୋଗ :୨ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବେଗୁନିଆପଡ଼ା,୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗାଈ ବାଛୁରି ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଟି ଗାଈ ବାଛୁରିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ଆବଶ୍ୟକ ଚିକିତ୍ସା ଅଭାବରୁ ଗୋରୁଙ୍କୁ ଅଜଣା ରୋଗ ବ୍ୟାପୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପ୍ରକାଶ ଯେ, ବେଗୁନିଆପଡ଼ା ବ୍ଲକ ଅଧୀନ ଖଣ୍ଡିଆନଈ, ବେଗୁନିଆପଡ଼ା, ଫାଶୀ, ସୁମଣ୍ଡଳ, ଅଗାଁର ଗାଁ ଅଞ୍ଚଳରେ ୨ଶହରୁ ଊର୍ଦ୍ଧ୍ୱ ଗାଈ, ବାଛୁରି ଗତ କିଛି ଦିନ ହେଲା ଅଜଣା ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଗୋରୁମାନଙ୍କୁ ପ୍ରଥମେ ଚର୍ମ ଓ ଦେହସାରା ଗୁଳା ହୋଇ ଫୋଟକା ହୋଇଯାଉଛି ଏବଂ ପରେ ଫୋଟକା ଫାଟି ରକ୍ତସ୍ରାବ ହେବା ସହିତ ଜୀବାଣୁ ଲାଗୁଛନ୍ତି। ପରେ ଗାଈ, ବାଛୁରି ମୃତ୍ୟୁମୁଖରେ ପଡୁଛନ୍ତି।

ଖଣ୍ଡିଆନଈ ଗ୍ରାମର ପଦ୍ମନାଭ ନାୟକଙ୍କ ୮ଟି ଗାଈ ଆକ୍ରାନ୍ତ ହୋଇଥିବା ବେଳେ ୨ଟିର ମୃତ୍ୟୁ ଘଟିଛି। ସେହିପରି ମିଟୁ ନାୟକଙ୍କ ୭ଟି ଗାଈରୁ ଗୋଟିଏ ଗାଈର ମୃତ୍ୟୁ ଘଟିଛି। ଉପେନ୍ଦ୍ର ମହାନ୍ତିଙ୍କ ଗୋଟିଏ ଗାଈ, ଜଗନ୍ନାଥ ଶତପଥୀଙ୍କ ଗୋଟିଏ ବାଛୁରି, ବିଜୟ ପାଳଙ୍କ ଗୋଟିଏ ଗାଈ, ଦେଉଳିଆପଡା ବାବୁଲା ପାଣିଗ୍ରାହୀଙ୍କ ୪ଟି ଗାଈ ଆକ୍ରାନ୍ତ ହୋଇଥିବା ସେମାନେ କହିଛନ୍ତି। ସେହିପରି ବ୍ଲକର ବିଭିନ୍ନ ପଞ୍ଚାୟତରୁ ଶହ ଶହ ସଂଖ୍ୟାରେ ଏଭଳି ଅଭିଯୋଗ ଆସୁଛି। ତେବେ ଉପଯୁକ୍ତ ଚିକିତ୍ସା ଅଭାବରୁ ତଥା ପ୍ରାଣୀଧନ ଚିକିତ୍ସାଧିକାରୀଙ୍କ ଅବହେଳା ଯୋଗୁ ଏହି ରୋଗର ନିରାକରଣ ହୋଇପାରୁ ନାହିଁ ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ କୋଦଳା ପ୍ରାଣୀଧନ ଚିକିତ୍ସା ଅଧିକାରୀଙ୍କୁ ଯୋଗାଯୋଗ କରିବା ପରେ ଏକ ଡାକ୍ତରୀ ଟିମ୍‌ ଖଣ୍ଡିଆନଈ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଆକ୍ରାନ୍ତ ଗାଈ, ବାଛୁରିଙ୍କ ଚିକିତ୍ସା କରିଥିଲେ।

ଏଥିରେ ଲୋକଙ୍କୁ ଭୟଭୀତ ନ ହୋଇ ଗୁହାଳ ପରିଷ୍କାର ରଖିବା ସହ ଆଲବେରା, ହଳଦୀ ଗାଈଙ୍କ ଶରୀରରେ ଲେପନ କରିବାକୁ ବ୍ଲକ ଭେଟେରିନାରୀ ଅଫିସର ଭବାନୀ ତ୍ରିପାଠୀ ଚାଷୀଙ୍କୁ ପରାମର୍ଶ ଦେଇଛନ୍ତି । ଏହା ଏକ ଚର୍ମ ବିଣ୍ଡି ରୋଗ। ଭୂତାଣୁ ଜନିତ ରୋଗ। ଗାଈ ଓ ବାଛୁରିଙ୍କୁ ଆକ୍ରାନ୍ତ କରିଥାଏ। ବିଭିନ୍ନ ସ୍ଥାନରୁ ଅଭିଯୋଗ ପାଇବା ପରେ ସେଠାକୁ ଯାଇ ଚିକିତ୍ସା କରୁଛୁ ବୋଲି ସେ କହିଛନ୍ତି। ଅନ୍ୟପକ୍ଷେ ଚିକିତ୍ସା ପାଇଁ କୌଣସି ସରକାରୀ ସହାୟତା ମିଳୁ ନାହିଁ। ନିଜ ଖର୍ଚ୍ଚରେ ଚିକିତ୍ସା କରୁଥିବା ଚାଷୀମାନେ କହିଛନ୍ତି। ଭାକ୍‌ସିନ ମଗାଯାଇଛି ଆସିଲେ ଶନିବାରଠାରୁ ଦିଆଯିବ ବୋଲି ବ୍ଲକ ଭେଟେରିନାରୀ ଅଫିସର କହିଛନ୍ତି । ତେବେ ଜିଲା ପ୍ରାଣୀ ଚିକିତ୍ସା ବିଭାଗ ତୁରନ୍ତ ଏଥିପ୍ରତି ପଦକ୍ଷେପ ନେବାକୁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri