ଶୁଖିଯାଉଛି ଧାନକାନ୍ଦି

ସରଣ୍ଡା,୧୩ା୪(ଡି.ଏନ.ଏ.): ଓଡ଼ିଶାର ଭାତହାଣ୍ଡି କୁହାଯାଉଥିବା ବରଗଡ ଜିଲା ଅତାବିରା ବ୍ଲକ ଅଞ୍ଚଳରେ ଚାଷୀ ଚଳିତ ବର୍ଷ ରବିଧାନ କ୍ଷେତରେ ଅଜଣା ରୋଗପୋକର ସାମ୍ନା କରିଛନ୍ତି। ବହୁକଷ୍ଟରେ ଫସଲ ଉଠିଆ କରିଥିବା ବେଳେ ଧାନ କେଣ୍ଡା ବାହାରିବା ସମୟରେ ଅଜଣା ପୋକ ଲାଗିଛି। ପୋକ ପ୍ରାଦୃଭାବରେ ଶହ ଶହ ଏକର ଫସଲ ନଷ୍ଟ ହେବା ଆଶଙ୍କା କରିଛନ୍ତି ଚାଷୀ। ଅତାବିରା ବ୍ଲକ କୁଲୁଣ୍ଡା, ଟାମ୍ପରସରା, କାଦୋବାହାଲ, ବନହର ପଞ୍ଚାୟତର ବିଭିନ୍ନ ଗ୍ରାମର ୫୦ରୁ ଅଧିକ ଚାଷୀଙ୍କ ଶତାଧିକ ଏକର ଜମିରେ ରୋଗ ଲାଗିଛି। ଦିନକୁ ଦିନ ଏହି ରୋଗ ବ୍ୟାପିବାରେ ଲାଗିଛି l ଉପଯୁକ୍ତଭାବେ ସାର, କୀଟନାଶକ ଆଦି ପ୍ରୟୋଗ କରାଯାଇଥିଲେ ସୁଦ୍ଧା ଧାନ ବାହାରିବା ସମୟରେ ସମସ୍ତ କେଣ୍ଡା ଶୁଖିଯାଉଛି। କ୍ଷତିପୂରଣ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଚାଷୀ। ବୁଧବାର ଓଡିଶା ରାଜ୍ୟ କୃଷକ ଅତାବିରା ସଭାପତି ବୀରେନ୍ଦ୍ର କରଙ୍କ ନେତୃତ୍ୱରେ ବହୁ ଚାଷୀ ଅତାବିରା ତହସିଲଦାର ଶ୍ୱେତପଦ୍ମା ଯୋଶୀ ଓ ବ୍ଲକ କୃଷି ଅଧିକାରୀ ଲକ୍ଷ୍ମୀ ପ୍ରସାଦ ପଟେଲଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏ ନେଇ ସେମାନେ ଉଭୟ ଅଧିକାରୀଙ୍କୁ ଏକ ଦାବିପତ୍ର ପ୍ରଦାନ ସହ ଆଲୋଚନା କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri