ବାଲେଶ୍ୱରରେ ଅଜଣା ପୋକ ଆତଙ୍କ

ବାଲେଶ୍ୱର ଅଫିସ,୨୭।୩: ବାଲେଶ୍ୱର ଜିଲା ସଦର ବ୍ଲକ ଗେଙ୍ଗୁଟି ପଞ୍ଚାୟତ ଅଧୀନ ଜମ୍ବେଶ୍ୱରପୁର ବଡ଼ଖୁଆଆଡ଼ି ହରିଜନ ସାହିରେ ହଜାର ହଜାର ଅଜଣା (କଳା ଓ ନାଲି ରଙ୍ଗର) ପୋକ ଦେଖି ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ପୋକଗୁଡ଼ିକ ଘର ଭିତରେ ପଶି ବାସନକୁସନଠାରୁ ଆରମ୍ଭ କରି ବିଛଣା ସହ ସମସ୍ତ ସାମଗ୍ରୀରେ ଲାଗି ରହୁଛନ୍ତି। କାମୁଡ଼ି ମଧ୍ୟ ଦେଉଛନ୍ତି। ପୋକ କାମୁଡ଼ିବା ପରେ ଅଳ୍ପ ଗନ୍ଧ ହେବା ସହ ଉକ୍ତ ସ୍ଥାନ କୁଣ୍ଡେଇ ହୋଇ ଫୁଲିବା ପରେ ଯନ୍ତ୍ରଣା ହେଉଛି। ଏନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଅଜଣା ପୋକ ସମ୍ପର୍କରେ ଗ୍ରାମର କେତେକ ଲୋକ ସ୍ବାସ୍ଥ୍ୟ ବିଭାଗକୁ ଜଣାଇଥିଲେ। ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ଅଙ୍ଗନୱାଡି କର୍ମୀ, ଆଶା କର୍ମୀ ଉକ୍ତ ଗ୍ରାମରେ ପହଞ୍ଚତ୍ ସ୍ଥିତି ଅନୁଧ୍ୟାନ କରିଥିଲେ। ସେହିପରି ପ୍ରାଣୀ ଚିକିତ୍ସା ବିଭାଗକୁ ମଧ୍ୟ ଖବର ଦିଆଯାଇଥିଲା। ସେମାନଙ୍କର ଏକ ଟିମ୍‌ ପହଞ୍ଚତ୍ ଘଟଣାସ୍ଥଳରେ ଅନୁଧ୍ୟାନ କରି ସେମାନେ ମଧ୍ୟ ଅସମର୍ଥତା ପ୍ରକାଶ କରିଥିଲେ। ସାମାଜିକ କର୍ମୀ ଶାନ୍ତା ଦାସ ଓ ସୁଧାକର ସେଠୀ କୃଷି ବିକାଶ କେନ୍ଦ୍ର (ଓୟୁଏଟି) ଭୁବନେଶ୍ୱର ସହ ଯୋଗାଯୋଗ କରିଥିଲେ। ଓୟୁଏଟିର ଏକ ସ୍ବତନ୍ତ୍ର ଟିମ୍‌ ଉକ୍ତ ଗ୍ରାମରେ ପହଞ୍ଚି ପୋକଗୁଡ଼ିକୁ ଦେଖିବା ପରେ ଏଗୁଡ଼ିକ ପେଣ୍ଟିମିଡ୍‌ ବଗ୍‌ ଜାତୀୟ କୀଟ ଅଟନ୍ତି। ପରିବେଶ ଶୁଷ୍କ ହେଲେ ଏଗୁଡିକ ଜନ୍ମ ନେଇଥାନ୍ତି। ଏମାନେ ଅଧିକ କ୍ଷତିକାରକ ନୁହନ୍ତି, ମାତ୍ର ସାବଧାନର ସହ ଚଳପ୍ରଚଳ କରିବାକୁ ସ୍ଥାନୀୟ ଲୋକଙ୍କୁ ସତର୍କ କରାଇଥିଲେ। ଏଥିସହିତ ଘର ଭିତର ଓ ଚତୁଃପାର୍ଶ୍ୱ ପରିଷ୍କାର ରଖିବା, ପାଣି ଜମିବାକୁ ନ ଦେବା ସହ ଅଳିଆ ଜମା କରି ନ ରଖିବାକୁ ପରାମର୍ଶ ଦେଇଥିଲେ। ପରିଷ୍କାର ଓ ପରିଚ୍ଛନ୍ନତା ରହିଲେ ଏହି ପୋକମାନେ ଆପେ ଆପେ ପଳାଇବେ। ଏମାନେ କୌଣସି ସ୍ବାସ୍ଥ୍ୟଗତ ସମସ୍ୟା ସୃଷ୍ଟି କରନ୍ତି ନାହଁି କିମ୍ବା ଚାଷ ମଧ୍ୟ ନଷ୍ଟ କରନ୍ତିନି ବୋଲି ଓୟୁଏଟିର ସିନିୟର ରିସୋର୍ସ ପର୍ସନ ସ୍ବାଗତିକା ସାହୁ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri