ଚିକିତ୍ସା ସମୟରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ଚିହ୍ନଟ ପାଇଁ ସୁଙ୍କି ପୋଲିସ ପଠାଇଲା ଜିଲା ମେଡ଼ିକାଲ କଲେଜ

ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ସୁଙ୍କି ଥାନା ଅନ୍ତର୍ଗତ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ରହିଥିବା ବରଗଛ ମୂଳେ ଅଚେତ ଅବସ୍ଥାରେ ପଡି ରହିଥିବା ଜଣେ ଅଜଣା ବ୍ୟକ୍ତିଙ୍କ ଚିକିତ୍ସା ସମୟରେ ମୃତ୍ୟୁ ଘଟିଛି । ଏହାପରେ ମୃତକଙ୍କୁ ଚିହ୍ନଟ କରିବା ନିମନ୍ତେ ସୁଙ୍କି ପୋଲିସ ଜିଲା ମେଡ଼ିକାଲକୁ ମୃତ ହେଦକୁ ସ୍ଥାନାନ୍ତରିତ କରିଥିବା ଜଣାପଡ଼ିଛି । ସୂଚନା ଅନୁଯାୟୀ, ଉକ୍ତ ଗଛ ମୂଳେ ଅଚେତ ଅବସ୍ଥାରେ ପଡି ରହିଥିବା ବ୍ୟକ୍ତି ଜଣକ କିଏ ତାହା ଜଣାପଡି ନାହିଁ। ତାଙ୍କ ବୟସ ପ୍ରାୟ ୨୫ ରୁ ୩୦ ବର୍ଷ ହୋଇଥିବା ବେଳେ ଉଚ୍ଚତା ପ୍ରାୟ ୦୫ ଫୁଟ ରହିଛି । ପତଳା ଶରୀର, ବର୍ଣ୍ଣ ଗୋରା ସେ। ନୀଳ ରଙ୍ଗର ଟ୍ରାକ ଫୁଲ ପ୍ୟାଣ୍ଟ ସହ କଫି ରଙ୍ଗର ହାଫ ଟି ସାର୍ଟ ଓ ଡାହାଣ ହାତରେ ଷ୍ଟିଲର ଖଡୁ ବା ବ୍ରେସ ଲେଟ ପିନ୍ଧି ଥିବା ବେଳେ ବରଗଛ ମୂଳେ ଅଚେତ ଅବସ୍ଥାରେ ପଡି ରହିଥିବା ଦେଖିବାକୁ ପାଇଥିଲେ ଚେଟି ପେଣ୍ଟା ନାମକ ଜଣେ ବ୍ୟକ୍ତି । ସ୍ଥାନୀୟ ଲୋକଙ୍କ ସହଯୋଗରେ ଅଚେତ ଅଜଣା ବ୍ୟକ୍ତିଙ୍କୁ ଉଦ୍ଧାର କରି ନିକଟରେ ଥିବା ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚାଇ ଚିକିତ୍ସା ଆରମ୍ଭ କରିଥିଲେ ମଧ୍ୟ ତାଙ୍କର ମୃତ୍ୟୁ ହୋଇ ଯାଇଥିଲା॥ ଖବର ପାଠ ସୁଙ୍କି ପୋଲିସ ଓ ଏସ ଆଇ କେ ସାଙ୍ଗାନା ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରି ସ୍ଥାନୀୟ ଅତିରିକ୍ତ ତହସିଲଦାର ପୁର୍ଣ୍ଣ ଚନ୍ଦ୍ର ସାହୁଙ୍କ ଉପସ୍ଥିତରେ ମୃତ ବ୍ୟକ୍ତିଙ୍କ ଶବ ବ୍ୟବଚ୍ଛେଦ କରି ଚିହ୍ନଟ ନିମନ୍ତେ ଜିଲା ମେଡ଼ିକାଲ କଲେଜକୁ ସ୍ଥାନାନ୍ତରିତ କରି ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରଖିଛନ୍ତି । ସେପଟେ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଚିହ୍ନଟ କରିବା ନିମନ୍ତେ ଉକ୍ତ ମେଡ଼ିକାଲ କଲେଜରେ ୯୨ ଘଣ୍ଟା ରଖାଯିବ ବୋଲି ପୋଲିସ ପ୍ରକାଶ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri