ବେନିୟମ ବାଲିଗଦା ହେଲା କାଳ: ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୪ ଆହତ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆହତ ମାନେ ହେଲେ ଆଦିତ୍ୟ ପ୍ରଧାନ, ସଂଗ୍ରାମ ମଲ୍ଲିକ, ବିକାଶ ମଲ୍ଲିକ, ଅନିତା ମଲ୍ଲିକ । ଭଞ୍ଜନଗର ଥାନା ଏ ଏସ ଆଇ ଶରତ ଚନ୍ଦ୍ର ପଣ୍ଡା ଆହତ ମାନକୁ ଉଦ୍ଧାର କରି ଭଞ୍ଜନଗର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ।

ଘଟଣାରୁ ପ୍ରକାଶ ଯେ, କୌଣସି ବ୍ୟକ୍ତି ହେଉ କିମ୍ବା ଠିକାଦାର କାମ କରିବା ସମୟରେ ଅନେକ ସମୟ ରାସ୍ତା ଉପରେ ବାଲି, ପଥର, ଗୋଡ଼ି ସମେତ ଅନେକ ଜିନିଷ ରଖିଦିଅନ୍ତି । ଏହାଦ୍ବାରା ଯାନବାହନ ଚଳାଚଳରେ ବାଧାପ୍ରାପ୍ତ ହୋଇଥାଏ। କିନ୍ତୁ ଏଥିପ୍ରତି କିଏ ଧ୍ୟାନ ଦିଅନ୍ତି ନାହିଁ। ଏହିଭଳି ଭଞ୍ଜନଗରର ପ୍ରଦୀପ ପ୍ରଧାନ ବ୍ଲକ ଛକରୁ ସହର ଅଭିମୁଖେ ନିଜ ବାଇକରେ
ଯାଉଥିବା ବେଳେ ବିପରୀତ ଦିଗରୁ ସୋରଡ଼ାର ଉକ୍ତ ୩ ଜଣ ଅନ୍ୟ ଏକ ବାଇକରେ ବ୍ଲକ ଆଡ଼େ ଆସୁଥିଲେ। ଏହି ସମୟରେ ରାସ୍ତା ଉପରେ ବାଲିଗଦା ଥିବା ଯୋଗୁ ଭାରସାମ୍ୟ ହରାଇ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri