ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ସମ୍ପର୍କ: ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

କଟକ,୧୮ା୧ (କାର୍ତ୍ତିକ ସାହୁ) ଜଣେ ୬ ବର୍ଷ ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ନିର୍ଯାତନା ମାମଲାର ବିଚାର କରି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ ଗୁରୁବାର ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ତଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଖାନନଗର ଅଞ୍ଚଳର ଚିନ୍ତାମଣି ନାୟକ। ଏପରିକି ଅଦାଲତ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ଅଦାଲତ ରାୟରେ ସ୍ପଷ୍ଟ କରିଛନ୍ତି। ଏଥିସହ ପୀଡ଼ିତ ନାବାଳକଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ନିମନ୍ତେ ଅଦାଲତ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁସାରେ, ଘଟଣାଟି ୨୦୧୯ ସେପ୍ଟେମ୍ବର ୨ ତାରିଖ ଗଣେଶ ପୂଜା ଦିନ ଘଟିଥିଲା। ସେଦିନ ଅପରାହ୍ନରେ ଖାନନଗର ଅଞ୍ଚଳରେ ପୀଡ଼ିତ ନାବାଳକ ଜଣକ ଖେଳୁଥିଲେ। ଅଭିଯୁକ୍ତ ଚିନ୍ତାମଣି ନାବାଳକଙ୍କୁ ଚକୋଲେଟଟ୍‌ ଖାଇବାର ଲୋଭ ଦେଖାଇ ନିକଟସ୍ଥ ଏକ ପରିତ୍ୟକ୍ତ ଘରକୁ ନେଇଯାଇଥିଲେ। ସେଠାରେ ନାବାଳକ ସହ ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ। ନାବାଳକ ଜଣକ ଘରକୁ ଆସି ମା’ଙ୍କୁ ଘଟଣା ସଂକ୍ରାନ୍ତରେ କହିଥିଲେ। ଏନେଇ ନାବାଳକଙ୍କ ମା’ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ମଧୁପାଟଣା ଥାନା ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତ କିଛି ଦିନ ଜେଲରେ ରହିବା ପରେ ଜାମିନ୍‌ରେ ଆସିଥିଲେ। ପୋଲିସ ଅଦାଲତରେ ଚାର୍ଜସିଟ ଦାଖଲ କରିବା ପରେ ମାମଲାର ବିଚାର ହୋଇଥିଲା। ଅଦାଲତ ୧୨ଜଣ ସାକ୍ଷୀ ଓ ୧୨ଟି ଡକ୍ୟୁମେଣ୍ଟ ଆଧାରରେ ମାମଲାର ବିଚାର କରି ରାୟ ପ୍ରଦାନ କରିଛନ୍ତି। ସରକାରୀ ଓକିଲ ବିଶ୍ୱଜିତ୍‌ ରାୟ ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri