Posted inଜାତୀୟ

ଅନ୍‌ଲକ୍‌ ୪ରେ ମେଟ୍ରୋ ରେଳସେବାକୁ ଅନୁମତି

ନୂଆଦିଲ୍ଲୀ, ୨୯।୮-ସେପ୍ଟେମ୍ବର ପହିଲାରୁ ଦେଶରେ ଅନ୍‌ଲକ୍‌ ୪ ଆରମ୍ଭ ହେଉଥିଲାବେଳେ ଏଥିପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ମାର୍ଗଦର୍ଶିକା ଜାରି ହୋଇଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ସେପ୍ଟେମ୍ବର ୭ରୁ ପର୍ଯ୍ୟାୟକ୍ରମେ ମେଟ୍ରୋ ରେଳସେବା ଆରମ୍ଭ ହେବ। ଏଥିପାଇଁ ଖୁବ୍‌ଶୀଘ୍ର ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିବେ। ଚତୁର୍ଥ ପର୍ଯ୍ୟାୟ ଅନ୍‌ଲକ୍‌ରେ ସେପ୍ଟେମ୍ବର ୨୧ରୁ ସାମାଜିକ, ରାଜନୈତିକ, ଶୈକ୍ଷିକ, କ୍ରୀଡ଼ା, ଧର୍ମୀୟ ତଥା ଅନ୍ୟାନ୍ୟ ଉତ୍ସବରେ ୧୦୦ ଜଣ ଲୋକଙ୍କୁ ଭାଗନେବା ଲାଗି ଅନୁମତି ମିଳିବ। ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ କୁହାଯାଇଛି। ତେବେ ସ୍କୁଲ୍‌କୁ ୫୦ ପ୍ରତିଶତ ଶିକ୍ଷକ ଆସିବେ। ଏହି ସମୟରେ ଅନ୍‌ଲାଇନ ଶିକ୍ଷାଦାନ ଜାରି ରହିବ। ଶିକ୍ଷକଙ୍କଠାରୁ ପାଠ ବୁଝିବା ପାଇଁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ସ୍କୁଲକୁ ଯାଇପାରିବେ।
ଅନ୍‌ଲକ୍‌ ୪ରେ ଆନ୍ତଃରାଜ୍ୟ କିମ୍ବା ରାଜ୍ୟ ଭିତରେ ଗମନାଗମନ ଓ ମାଲ୍‌ ପରିବହନ ପାଇଁ ସ୍ବତନ୍ତ୍ର ଅନୁମତି କିମ୍ବା ଇ-ପର୍‌ମିଟ୍‌ର ଆବଶ୍ୟକ ପଡ଼ିବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?