ସାବଧାନ ରୁହନ୍ତୁ ଏହି ୩ ରାଶି: ସୂର୍ଯ୍ୟଙ୍କ ଉପରେ କେତୁଙ୍କ ଛାୟା, ମାଡିଆସୁଛି ବଡ଼ ସଙ୍କଟ!

ଜ୍ୟୋତିଷ ଅନୁସାରେ ସିଂହ ରାଶିରେ ସୂର୍ଯ୍ୟ ଏବଂ କେତୁଙ୍କ ଯୁତି ଯୋଗୁ କିଛି ରାଶିର ଲୋକଙ୍କୁ ସତର୍କ ରହିବାକୁ ପଡ଼ିପାରେ। ସୂର୍ଯ୍ୟଙ୍କ ଉପରେ କେତୁଙ୍କ ଛାୟା ରହିବ। ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ବରରେ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଏହି ସମୟ ମଧ୍ୟରେ ସୂର୍ଯ୍ୟ-କେତୁଙ୍କ ଯୁତି ଯୋଗୁ କିଛି ରାଶିଙ୍କୁ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ।

ଜ୍ୟୋତିଷ ଗଣନା ଅନୁସାରେ ବିଛା, ମକର ଏବଂ କୁମ୍ଭ ରାଶିର ଲୋକଙ୍କ ପାଇଁ ଏହି ସମୟ ଚ୍ୟାଲେଞ୍ଜିଂ ହୋଇପାରେ। ଆର୍ଥିକ କ୍ଷତି ସହ ସ୍ବାସ୍ଥ୍ୟ ସମ୍ପର୍କିତ ସମସ୍ୟା ମଧ୍ୟ ଚିନ୍ତାର କାରଣ ହୋଇପାରେ।

ବିଛା ରାଶିର ଲୋକଙ୍କୁ କ୍ୟାରିୟର କ୍ଷେତ୍ରରେ କିଛି ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। ଅଫସରେ କାହା ସହ ଯୁକ୍ତିତର୍କ କରିବାରୁ ଦୂରେଇ ରୁହନ୍ତୁ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନେଲେ ତାହା ଭାରି ପଡ଼ିପାରେ। ଏହି ସମୟରେ ନିବେଶ କରିବା ଦ୍ୱାରା କ୍ଷତି ହେବାର ଆଶଙ୍କା ରହିଛି। ତେଣୁ ଆର୍ଥିକ ମାମଲାରେ ବିଶେଷ ସତର୍କ ରହିବା ଆବଶ୍ୟକ।

ମକର ରାଶିର ଲୋକଙ୍କୁ ଯାତ୍ରା ସମୟରେ ଅଧିକ ସତର୍କ ରହିବାକୁ ପଡ଼ିପାରେ। କୋର୍ଟ-କଚେରୀ ସମ୍ପର୍କିତ ମାମଲାରେ ହାରର ସାମ୍ନା କରିବାକୁ ପଡ଼ିପାରେ। ହଠାତ୍‌ ଖର୍ଚ୍ଚ ବଢ଼ିଯିବାରୁ ଆର୍ଥିକ ଚାପ ମଧ୍ୟ ବଢ଼ିପାରେ। ତେଣୁ ଏହି ସମୟରେ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଭଲ।

ସୂର୍ଯ୍ୟ-କେତୁଙ୍କ ଯୁତି କୁମ୍ଭ ରାଶିର ଲୋକଙ୍କ ପାଇଁ ଚ୍ୟାଲେଞ୍ଜିଂ ହୋଇପାରେ। ମାନସିକ ଚାପ ବଢ଼ିପାରେ। ପାର୍ଟନର୍ସିପ ବ୍ୟବସାୟରେ କ୍ଷତି ହେବାର ଆଶଙ୍କା ରହିଛି। ସୱାସ୍ଥ୍ୟକୁ ନେଇ ମଧ୍ୟ ସତର୍କ ରହିବା ଆବଶ୍ୟକ। ବ୍ୟବସାୟୀମାନେ ଏହି ସମୟରେ କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଭଲ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri