Posted inଖେଳ

ପ୍ରଥମ ଭାରତୀୟ ଭାବେ ଅଷ୍ଟ୍ରେଲିଆର ବିବିଏଲ୍‌ରେ ଖେଳିବେ ଏହି କ୍ରିକେଟର

ମେଲବର୍ନ,୫।୧୧: ଭାରତର ପୂର୍ବତନ ଅଣ୍ଡର-୧୯ ବିଜେତା ଅଧିନାୟକ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍‌ ବ୍ୟାଶ୍‌ ଲିଗ୍‌(ବିବିଏଲ୍‌)ରେ ଖେଳିବେ। ପ୍ରଥମ ଭାରତୀୟ ଭାବେ ସେ ଏହି ଲିଗ୍‌ରେ ଖେଳିବାକୁ ଯାଉଛନ୍ତି। ୨୦୨୧-୨୨ ସଂସ୍କରଣ ପାଇଁ ଉନ୍ମୁକ୍ତ ମେଲବର୍ନ ରେନେଗେଡ୍ସ ସହ ଚୁକ୍ତି କରିଛନ୍ତି। ତେବେ ୨୮ ବର୍ଷୀୟ ଏହି କ୍ରିକେଟର ଚଳିତ ବର୍ଷ ଭାରତ ଛାଡ଼ି ଆମେରିକାରେ କ୍ରିକେଟ ଖେଳିବାକୁ ନିଷ୍ପତ୍ତି ନେଇଥିଲେ।

ଉନ୍ମୁକ୍ତ ଭାରତ-ଏ’ର ଅଧିନାୟକ ଥିଲେ ହେଁ କେବେ ବି ଭାରତର ଅନ୍ତର୍ଜାତୀୟ ଟିମ୍‌ ପକ୍ଷରୁ ଖେଳିନାହାନ୍ତି। କିନ୍ତୁ ସେ ଆଇପିଏଲରେ ଦିଲ୍ଲୀ ଡେୟାରଡେଭିଲ୍ସ, ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ଦଳର ସଦସ୍ୟ ରହିଆସିଛନ୍ତି। ଏବେ ନିଜର ନୂଆ ଯାତ୍ରାକୁ ନେଇ ସେ କହିଛନ୍ତି, ବିବିଏଲ୍‌ରେ ଖେଳିବା ନେଇ ମୁଁ ଉତ୍ସାହିତ। ମେଲବର୍ନ ଟିମ୍‌ର ସଦସ୍ୟ ହେବା ମୋ ପାଇଁ ବଡ଼ କଥା। କ୍ରିକେଟରଙ୍କ ପାଇଁ ଏହା ବଡ଼ ପ୍ଲାଟଫର୍ମ। ଅଷ୍ଟ୍ରେଲିଆରେ ଖେଳିବା ନିଶ୍ଚିତ ଭାବେ ଚ୍ୟାଲେଞ୍ଜିଂ ହେବ। ହେଲେ ମେଲବର୍ନ ବହୁ ସଂଖ୍ୟାରେ ଭାରତୀୟ ଥିବା ମୁଁ ଶୁଣିବାକୁ ପାଇଛି। ସେମାନଙ୍କ ଉପସ୍ଥିତିରେ ଖେଳିବାର ଅନୁଭୂତି ନିଆରା ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri