Posted inଖେଳ

ପଦାର୍ପଣରେ ଫିକା ପ୍ରଦର୍ଶନ

ମେଲବୋର୍ନ,୧୮।୧: ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ପଦାର୍ପଣ କରିଛନ୍ତି। କିନ୍ତୁ ଭାରତୀୟ କ୍ରିକେଟର ଭାବେ ଅବସର ନେଇ ସାରିଥିବା ଚାନ୍ଦ ପ୍ରଥମ ମ୍ୟାଚ୍‌ରେ ବିଫଳ ହୋଇଛନ୍ତି। ହୋବାର୍ଟ ହରିକେନ୍ସ ବିପକ୍ଷରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ମେଲବୋର୍ନ ରେନେଗେଡେସ ପାଇଁ ୨୮ ବର୍ଷୀୟ ଚାନ୍ଦ ୮ ବଲରେ ୬ ରନ୍‌ କରିଥିଲେ। ଛୋଟିଆ ଇନିଂସରେ ସେ କୌଣସି ବାଉଣ୍ଡ୍ରି ଲଗାଇ ପାରି ନ ଥିଲେ।

ମ୍ୟାଚ୍‌ରେ ୧୮୩ ରନ୍‌ର ବିଜୟଲକ୍ଷ୍ୟ ପିଛା କରୁଥିବା ମେଲବୋର୍ନ ଅଧିନାୟକ ଆରୋନ ଫିଞ୍ଚ (୭୫) ଓ ଶନ ମାର୍ଶ (୫୧)ଙ୍କ ଅର୍ଦ୍ଧଶତକ ଯୋଗୁ ୧୫ ଓଭର ସୁଦ୍ଧା ୨ ଉଇକେଟ ହରାଇ ୧୩୮ ରନ୍‌ କରି ସାରିଥିଲା। ଦଳକୁ ଜିତିବା ପାଇଁ ୫ ଓଭରରେ ୪୫ ରନ୍‌ ଦରକାର ଥାଏ। କିନ୍ତୁ କ୍ରମାଗତ ଉଇକେଟ ପତନ କାରଣରୁ ଦଳ ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ ଦୂରରେ ରହିଯାଇଥିଲା। ବିଜୟୀ ଦଳ ପାଇଁ ସନ୍ଦୀପ ଲାମିଚାନେ ୨ ଏବଂ ଥୋମାସ ରୋଜର୍ସ ୩ ଉଇକେଟ ନେଇଥିଲେ। ପୂର୍ବରୁ ଅଧିନାୟକ ମାଥ୍ୟୁ ଓ୍ବେଡ୍‌ ୪୮, ଟିମ୍‌ ଡେଭିଡ୍‌ ୪୬, ଡାର୍ସି ଶର୍ଟ (୩୭)ଙ୍କ ଯୋଗୁ ହୋବାର୍ଟ ୨୦ ଓଭରରେ ୫ ଉଇକେଟ ହରାଇ ୧୮୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri