ଉଚ୍ଛେଦ ହେବ ଅନାବଶ୍ୟକ ଅଣଶିକ୍ଷକ ପଦବୀ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ବିଭିନ୍ନ ଅଣଶିକ୍ଷକ ପଦବୀ ଖାଲି ପଡ଼ିଥିବାବେଳେ ସେଥିମଧ୍ୟରୁ ଅନେକ ପଦବୀ ଅନାବଶ୍ୟକ ରହିଛି। ତେଣୁ ଉକ୍ତ ପଦବୀଗୁଡ଼ିକ ଉଚ୍ଛେଦ କରିବାକୁ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ପ୍ରକ୍ରିୟା ଆରମ୍ଭ କରିଛି। ଏନେଇ ବିଭାଗର ସ୍ବତନ୍ତ୍ର ସଚିବ ବୀରେନ୍ଦ୍ର କୋରକୋରା ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାରଙ୍କୁ ଚିଠି ଲେଖିଛନ୍ତି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ଥିବା ଅନାବଶ୍ୟକ ପଦବୀଗୁଡ଼ିକ ସମ୍ପର୍କରେ ବିବରଣୀ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି। ପଦବୀର ନାମ, ପଦବୀରେ ନିଯୁକ୍ତ ମାନବ ସମ୍ବଳ, ବେତନରାଶି ଆଦି ସମ୍ପର୍କରେ ସୂଚନା ଦେବାକୁ କୁହାଯାଇଛି। ସେହିପରି ଉକ୍ତ ପଦବୀଗୁଡ଼ିକ ମଧ୍ୟରୁ କେଉଁଗୁଡ଼ିକ ଉଚ୍ଛେଦ କରାଯିବ ଓ କେଉଁଗୁଡ଼ିକ ଉଚ୍ଛେଦ କରାଯିବ ନାହିଁ, ପୂର୍ବରୁ କେତେକ ପଦବୀ ଉଚ୍ଛେଦ କରାଯାଇଛି, ଏ ସମସ୍ତ ସମ୍ପର୍କରେ ତଥ୍ୟ ଦେବାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ପଦବୀକୁ ନେଇ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଉଚ୍ଚଶିକ୍ଷା ବିଭାଗ ସହ ଆଲୋଚନା ପରେ ଅର୍ଥ ବିଭାଗ ଅଧୀନରେ ଏହାର ଅନୁଧ୍ୟାନ କରାଯାଇଥିଲା। ତେବେ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅନେକ ଅନାବଶ୍ୟକ ପଦବୀ ରହିଥିବା ବିଭାଗର ଦୃଷ୍ଟିଗୋଚର ହୋଇଥିଲା। ତେଣୁ ଉକ୍ତ ପଦବୀଗୁଡ଼ିକର ଉଚ୍ଛେଦ ପାଇଁ ନିଷ୍ପତ୍ତି ନିଆଯିବା ପରେ ଏହି ପ୍ରାରମ୍ଭିକ ପଦକ୍ଷେପ ଆରମ୍ଭ ହୋଇଥିବା ଚିଠିରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri