ପୈଠ ହୋଇନି ବିଲ୍‌, ବିଦ୍ୟୁତ୍‌ ସେବା, ପାନୀୟ ଜଳ ବନ୍ଦ

ରାୟଗଡ଼ା ଅଫିସ,୧୭ା୯: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ ୧୧ ପଞ୍ଚାୟତରେ ଶୁକ୍ରବାର ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ କରାଯାଇଛି l ପଞ୍ଚାୟତ ପକ୍ଷରୁ ବିଦ୍ୟୁତ୍‌ ବିଲ୍‌ ପୈଠ ହୋଇ ନ ଥିବାରୁ ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଅନ୍ୟପକ୍ଷରେ ବିଦ୍ୟୁତ୍‌ ସେବା ବନ୍ଦ ହୋଇଥିବାରୁ ୧୧ ପଞ୍ଚାୟତର ଲୋକେ ଶନିବାର ଠାରୁ ପାନୀୟ ଜଳ ମଧ୍ୟ ପାଇବେ ନାହିଁ।
ସୂଚନାଯୋଗ୍ୟ, ବ୍ଲକର ୧୪ ପଞ୍ଚାୟତ ମଧ୍ୟରୁ ୧୧ଟିରେ ଆର୍‌ଡବ୍ଲ୍ୟଏସ୍‌ଏସ୍‌ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଆସୁଛି। ଏହି ବାବଦକୁ ଆସୁଥିବା ବିଦ୍ୟୁତ୍‌ ବିଲ୍‌ ପଞ୍ଚାୟତ ପକ୍ଷରୁ ଜମା କରିବା ଆବଶ୍ୟକ। ହେଲେ ଉକ୍ତ ୧୧ଟି ପଞ୍ଚାୟତରେ ବିଦ୍ୟୁତ୍‌ ବିଲ୍‌ ବାବଦକୁ ୧୪ ଲକ୍ଷ ୭୬ ହଜାର ୫୪୦ଟଙ୍କା ୯୩ ପଇସା ବକେୟା ରହିଛି। କଲ୍ୟାଣସିଂହପୁର ସଦର ଅଞ୍ଚଳର ୬ଟି ସ୍ଥାନ ସମେତ ସୁନାଖଣ୍ଡି, ସିକରପାଇର ୪ଟି ସ୍ଥାନ, ବୁଡ଼ାଗୁଡ଼ା ପଞ୍ଚାୟତରେ ୨ଟି ସ୍ଥାନ, ଧାମୁଣିପଙ୍ଗା ପଞ୍ଚାୟତରେ ୩ ସ୍ଥାନ, ପଲମା ପଞ୍ଚାୟତରେ ଦୁଇଟି ସ୍ଥାନ, କରପା ପଞ୍ଚାୟତରେ ୩ଟି ସ୍ଥାନ, ସେରିଗୁମା ପଞ୍ଚାୟତ, ନାରାୟଣପୁର, ଶିଙ୍ଗାରି ଏବଂ ପୂଜାରୀଗୁଡ଼ା ପଞ୍ଚାୟତରୁ ସମୁଦାୟ ୧୪୭୬୫୪୦.୯୩ ଟଙ୍କା ବିଦ୍ୟୁତ୍‌ ବିଲ୍‌ ବକେୟା ରହିଛି। ବିଲ୍‌ ପୈଠ କଲେ ବିଦ୍ୟୁତ୍‌ ସେବା ମିଳିବ ବୋଲି କନିଷ୍ଠ ଯନ୍ତ୍ରୀ ବିକ୍ରମ କେଶରୀ ସାହୁ ସୂଚନା ଦେଇଛନ୍ତି। ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏହି ପଦକ୍ଷେପ ନିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri