ଦରମା ମିଳୁନି, କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଅନୁଗୋଳ ଅଫିସ୍‌, ୮।୭

ଦୀର୍ଘ ୧୮ ମାସ ହେଲା ଦରମା ପାଇ ନ ଥିବା ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ର କର୍ମଚାରୀ ଦିଗାମ୍ବର ନାଏକ ମଙ୍ଗଳବାର ଅଫିସ ପରିସରରେ ଆତ୍ମହତ୍ୟା ଉଦ୍ୟମ କରିବା ଚର୍ଚ୍ଚାର ବିଷୟ ହୋଇଛି। ଅତିରିକ୍ତ ଆର୍‌ଟିଓ ବିନୟ ପାଲ ଏବଂ ଅନ୍ୟ କର୍ମଚାରୀମାନେ ତାଙ୍କୁ ବୁଝାଶୁଝା କରି ସେଥିରୁ ନିବୃତ୍ତ କରାଇଥିଲେ।
ଦିଗାମ୍ବର କହିଛନ୍ତି, ଅନୁଗୋଳ ଆରଟିଓ କାର୍ଯ୍ୟାଳୟରେ ୧୨ ଜଣ ଠିକା ଓ ୪ ଜଣ ଆଉଟସୋର୍ସିଂ କର୍ମଚାରୀ କାର୍ଯ୍ୟରତ ଅଛନ୍ତି। କିନ୍ତୁ ସେମାନଙ୍କୁ ଦୀର୍ଘମାସ ହେଲା ଦରମା ମିଳିନାହିଁ। ଏ ନେଇ ବାରମ୍ବାର ଆରଟିଓଙ୍କ ସହ ଅନ୍ୟ ଅଧିକାରୀଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ପରିବାର ପ୍ରତିପୋଷଣ କରିପାରୁ ନ ଥିବାରୁ ଆତ୍ମହତ୍ୟା କରିବାକୁ ସେ ନିଷ୍ପତ୍ତି ନେଇଥିଲେ। କାର୍ଯ୍ୟାଳୟ ପରିସରରେ ଥିବା ଏକ ଗଛରେ ନିଜ ଶାର୍ଟରେ ଫାଶ ଲଗାଇବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ଅତିରିକ୍ତ ଆରଟିଓ ଏବଂ ଅନ୍ୟ କର୍ମଚାରୀମାନେ ବୁଝାଶୁଝା କରିଥିବା ଦିଗାମ୍ବର ପ୍ରକାଶ କରିଛନ୍ତି। ଆରଟିଓ ଜିତେନ୍ଦ୍ର କୁମାର ଭୋଇ କହିଛନ୍ତି, କୋଭିଡ୍‌ ପାଇଁ ମୁଖ୍ୟ କାର୍ଯ୍ୟାଳୟରୁ ଟଙ୍କା ଆସିପାରୁନାହିଁ। ତେଣୁ କର୍ମଚାରୀଙ୍କୁ ଦରମା ଦିଆଯାଇପାରୁନି। ଏ ନେଇ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି। ଟଙ୍କା ଆସିବା ପରେ ଦରମା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri