କଳା, ସଂସ୍କୃତିର ଅପୂର୍ବ ନିଦର୍ଶନ

ବରଗଡ଼ ଅଫିସ,୨୨।୨: ବରଗଡ଼ ବ୍ଲକ ଖଲିଆପାଲିରେ ରାଧାକୃଷ୍ଣ ମନ୍ଦିର ପ୍ରତିଷ୍ଠା ସମାରୋହ ଅବସରରେ ଜଳନ୍ଧର ଦରବାର ଉଦ୍‌ଘାଟିତ ହୋଇଛି। ବରଗଡ଼ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦେବେଶ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଓଡ଼ିଶା ଏଣ୍ଟରପ୍ରାଇଜେସର ମୁଖ୍ୟ ଚନ୍ଦ୍ରଶେଖର ବାଗ, ବରଗଡ଼ ଟାଉନ ବିଜେଡି ସଭାପତି କିଶୋର ମିଶ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ରାଜ୍ୟ କଳାକାର ମହାସଂଘ ଅଧ୍ୟକ୍ଷ ଚୈତନ୍ୟ ପାଇକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ପ୍ରମୋଦ ଦାଶ ଓ ଏମ୍‌.ଡି ଟଫିଖ ଖାଁ ଭଜନ ପରିବେଷଣ କରିଥିଲେ। ରାଜେଶ ବାରିକଙ୍କ ନିର୍ଦ୍ଦେଶନାରେ ଭାରତୀ କଳା ପରିଷଦ ଓ ନୃତ୍ୟ ନିର୍ଦ୍ଦେଶକ ସୁରଥ କୁଅଁରଙ୍କ ନିର୍ଦ୍ଦେଶନାରେ ଓଡିଶୀ ନୃତ୍ୟ ପରିବେଷଣ କରାଯାଇଥିଲା। ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ କାର୍ଯ୍ୟକ୍ରମରେ ଯୋଗଦେଇ କଳା, ସାହିତ୍ୟ, ସଂସ୍କୃତି ସହିତ ଭାବଭକ୍ତିର ଅଦ୍ଭୂତପୂର୍ବ ସମନ୍ବୟ ଏଠାରେ ଦେଖିବାକୁ ମିଳିଲା ବୋଲି କହିଥିଲେ। ବରଗଡ଼ ପୌର ପରିଷଦ ନିର୍ବାହୀ ଅଧିକାରୀ ନାରାୟଣ ଦଣ୍ଡସେନା, ବରଗଡ଼ ବିଡ଼ିଓ ଯୁଧିଷ୍ଠିର ମେହେର, ପଶ୍ଚିମ ଓଡିଶା କଳାକାର ମହାସଂଘ ସମ୍ପାଦକ ଗୋପବନ୍ଧୁ ପୁରୋହିତ, ଶ୍ରମିକ ସଂଘ ନେତା ମହେନ୍ଦ୍ର ଦାଶ ପ୍ରମୁଖ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି ଅବସରରେ କଳା, ସାହିତ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନିର୍ଦ୍ଦେଶକ ବାସୁଦେବ ପ୍ରଧାନ, ହାସ୍ୟ ବ୍ୟଙ୍ଗ କବି ଦେବେନ୍ଦ୍ର ସାହୁ, ଶିଶିର ପୁରୋହିତ, ମନୋରଞ୍ଜନ ଲୁହା, ଜଟାଧାରୀ ପ୍ରଧାନ, ଯୁବରାଜ ବାବୁ ପ୍ରମୁଖଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି କବି ଦେବେନ୍ଦ୍ର ସାହୁଙ୍କ ରଚିତ କବିତା ଧନୁଯାତ୍ରା ଇତିହାସ ଶ୍ରୋତାମାନଙ୍କ ମନକୁ ଛୁଇଁ ପାରିଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲାର ଗୋଟିପୁଅ ନୃତ୍ୟ ପରିବେଷଣ କରାଯାଇଥିବା ବେଳେ କୁମ୍ଭାରୀର ନୃତ୍ୟ ନିର୍ଦ୍ଦେଶକ ବାସୁଦେବ ପ୍ରଧାନଙ୍କ ନିର୍ଦ୍ଦେଶିତ ଦଣ୍ଡନୃତ୍ୟ ପରିବେଷଣ କରାଯାଇଥିଲା। ଖଲିଆପାଲି ଗ୍ରାମବାସୀ ସହଯୋଗ ଏବଂ ରାଜ୍ୟ କଳାକାର ମହାସଂଘ ଅଧ୍ୟକ୍ଷ ପାଇକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri