ପ୍ରଦୀପ-ପାଠକ ପରିବାର ଗୁମର ଖୋଲିଲେ ପିଟର

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଡେଭିଡ୍‌ ପିଟରଙ୍କୁ ୩ଦିନ ଧରି ମାରାଥନ ଜେରା ଚାଲିଛି। ପୁଣେରୁ ଉଠାଇ ଆଣି ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି ଭିଜିଲାନ୍ସ। ଏଥିସହ ଆୟ ବହିର୍ଭୂତ ସମ୍ପତ୍ତି ଓ ଠକେଇ ମାମଲାରେ ଜେଲ୍‌ରେ ଥିବା ବାପା ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ଓ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଲିଙ୍କ୍‌ ରହିଥିବାରୁ ତଦନ୍ତରେ କମିଶନରେଟ ପୋଲିସ ଓ ଅନ୍ୟ ତଦନ୍ତକାରୀ ଟିମ୍‌ ମଧ୍ୟ ସାମିଲ ରହିଛି। ଜେରାବେଳେ ପାଠକ ଓ ପ୍ରଦୀପଙ୍କ ପରିବାରର ଭିତିରି ଗୁମର ଖୋଲିଛନ୍ତି ପିଟର। ପୁଣେସ୍ଥିତ ଫାର୍ମ ହାଉସ୍‌କୁ ଦୁଇ ପରିବାର ସଦସ୍ୟଙ୍କ ସମେତ ଅନ୍ୟ କେଉଁମାନେ ଯାଉଥିଲେ, ସେମାନଙ୍କ କଳାକାର୍‌ନାମାରେ କେଉଁମାନେ ସାମିଲ୍‌ ଅଛନ୍ତି, ତାହା ଜାଣିବାକୁ ପିଟରଙ୍କୁ ଭିଜିଲାନ୍ସ ପକ୍ଷରୁ ନାନା ପ୍ରଶ୍ନ କରାଯାଇଥିଲା। ତେବେ ତାଙ୍କଠାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇଥିଲେ ମଧ୍ୟ ତଦନ୍ତରେ ବାଧାସୃଷ୍ଟି ଆଶଙ୍କାରେ ଭିଜିଲାନ୍ସ ସୂଚନା ଦେବାକୁ ଉଚିତ ମଣିନି। ତେବେ ଅଭୟକାନ୍ତ ଓ ପୁଅ ଆକାଶଙ୍କ କଳାକାର୍‌ନାମାର ଅଧିକରୁ ଅଧିକ ପ୍ରମାଣ ପାଇବା ପାଇଁ ଓଡ଼ିଶା ବାହାରେ ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ ତଦନ୍ତ ଜାରି ରଖିଛି। ବିହାର ପାଟଣାରେ ପାଠକ ବାପ ପୁଅଙ୍କ ଘର ସମେତ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଟିମ ୨ ଦିନ ଧରି ଯାଞ୍ଚ ଚଳାଇଛି। ସେପଟେ ଟାଟା ନଁାରେ ଠକେଇ ଓ ଜାଲିଆତି ନେଇ ଗୋପଳପୁର ବିଧାୟକ ପ୍ରଦୀପ ପାଣିଗ୍ରହୀଙ୍କ ନାମରେ ବ୍ରହ୍ମପୁର ଅଞ୍ଚଳରେ ଅଭିଯୋଗ ସଂଖ୍ୟା ବଢିବାରେ ଲାଗିଛି। ଗତ ୬ ମାସ ମଧ୍ୟରେ ତାଙ୍କ ଆକାଉଣ୍ଟରେ କାରବାର ହୋଇଥିବା ୨.୪୮ କୋଟି ଟଙ୍କାର ପ୍ରର୍ବତ୍ତନ ନିର୍ଦ୍ଦେଶାଳୟ (ଇଡି) ଖାଳତାଡ଼ ଚଳାଇଛି। ଇତି ମଧ୍ୟରେ ନିର୍ଦ୍ଦିଷ୍ଟ ଭାବେ ପ୍ରଦୀପଙ୍କ ଆକାଉଣ୍ଟରେ ଟଙ୍କା ଡିପୋଜିଟ୍‌ କରିଥିବା ନିର୍ଦ୍ଦିଷ୍ଟ ସଂସ୍ଥାକୁ ତଦନ୍ତ ପରିସରର୍ଭୁକ୍ତ କରାଯାଇଛି। ଏ ସଂକ୍ରାନ୍ତରେ ୩ଜଣଙ୍କୁ ଇଡି ପଚରାଉଚରା ଆରମ୍ଭ କରିଥିବାବେଳେ ପ୍ରଦୀପଙ୍କ ୫ଜଣ ସମ୍ପର୍କୀୟଙ୍କୁ ନୋଟିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri