୮ ବର୍ଷ ଧରି ଡୋନେତସ୍କ୍‌-ଲୁହାଂସ୍କରେ ଅଶାନ୍ତି ଜାରି, ୧୪ ହଜାରରୁ ଅଧିକ ଜୀବନ ଗଲାଣି…

ମସ୍କୋ/କ୍ୱିଭ୍‌, ୨୨।୨ : ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ୟୁକ୍ରେନ୍‌ ସହିତ ଯୁଦ୍ଧ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ରାତି ୧୧ଟାରେ ପୁଟିନ୍‌ ରୁଷିଆ ସମର୍ଥିତ ବିଦ୍ରୋହୀଙ୍କ ଦ୍ୱାରା ଅଧିକୃତ ଡୋନୋତସ୍କ୍‌ ଏବଂ ଲୁହାଂସ୍କ ସହର କେତେକ ଅଞ୍ଚଳକୁ ସ୍ବତନ୍ତ୍ର ଘୋଷଣା କରିଛନ୍ତି। ଏହା ଦ୍ୱାରା ଯୁଦ୍ଧ ଘୋଷଣା ସ୍ପଷ୍ଟ ହୋଇଛି। ଏହାପରେ ପୁଟିନ୍‌ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏହି ଦୁଇ ସହରରେ ଶାନ୍ତି ଅଭିଯାନ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଗତ ୮ ବର୍ଷ ଧରି ୨୦୧୪ ଠାରୁ ରୁଷିଆ ସୀମାକୁ ଲାଗିଥିବା ଏହି ଦୁଇ ସହରରେ ଅଶାନ୍ତି ଲାଗି ରହିଛି। ରୁଷିଆ ସମର୍ଥିତ ବିଦ୍ରୋହୀ ୨୦୧୪ରେ କ୍ରିମିୟାକୁ ଦଖଲ କରିବା ପରେ ଏହି ସହରରେ ହିଂସା ବୃଦ୍ଧି ପାଇଛି। ଏଥିରେ ଇତିମଧ୍ୟରେ ୧୪ ହଜାରରୁ ଅଧିକ ଲୋକଙ୍କ ଜୀବନ ଗଲାଣି।

ଡୋନେତସ୍କ୍‌ ସହରର ଜନସଂଖ୍ୟା ପ୍ରାୟ ୨୦ ଲକ୍ଷ। ଏହା ଡୋନବାସ ରାଜ୍ୟର ମୁଖ୍ୟ ସହର। କୋଇଲା ଏବଂ ଉଦ୍ୟୋଗିକ ବିକାଶ ପାଇଁ ଏହି ସହର ବେଶ୍‌ ଜଣାଶୁଣା। ଏହା ୟୁକ୍ରେନ୍‌ର କୋଇଲା ଭଣ୍ଡାର। ଏହାର ଉତ୍ତର ସୀମା କୃଷ୍ଣ ସାଗରକୁ ଲାଗିଛି।
ଏହି ଦୁଇ ସହରକୁ ବିଦ୍ରୋହୀଙ୍କ ଦ୍ୱାରା ଦଖଲକୁ ନେଇ ରୁଷିଆ ନୂଆ ଯୁଦ୍ଧ ରଣନୀତି ଆପଣେଇଛି ବୋଲି ଆମେରିକା ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri