ଅଶାନ୍ତ କାଲିଫର୍ନିଆ: ଭିଷଣ ଗୁଳିକାଣ୍ଡରେ ୪ ମୃତ ୧୦ ଆହତ

କାଲିଫର୍ନିଆ,୩୦।୧୧: ଆମେରିକାର କାଲିଫର୍ନିଆରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଷ୍ଟକଟନର ଏକ ବ୍ୟାଙ୍କେଟ ହଲରେ ହୋଇଥିବା ଅଚାନକ ଗୁଳିକାଣ୍ଡରେ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଘଟଣାସ୍ଥଳେ ଚାରି ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦଶ ଜଣ ଗୁରୁତର ଆହତ ହୋଇଛନ୍ତି।
ସାନ ଜୋଆକୁଇନ କାଉଣ୍ଟି ସେରିଫ କାର୍ଯ୍ୟାଳୟର ମୁଖପାତ୍ର ହେଦର ବ୍ରେଣ୍ଟ ଘଟଣା ବିଷୟରେ ସୂଚନା ଦେଇ କହିଛନ୍ତି ଯେ ଗୁଳିକାଣ୍ଡରେ ମହିଳା ଏବଂ ପିଲାମାନେ ମଧ୍ୟ ଗୁଳିକାଣ୍ଡର ଶିକାର ହୋଇଛନ୍ତି। ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି ଯେ ଏହା ଏକ ସୁଚିନ୍ତିତ ଷଡ଼ଯନ୍ତ୍ର ଥିଲା। ଏହି ଗୁଳିକାଣ୍ଡ ଏକ ବ୍ୟାଙ୍କେଟ ହଲରେ ହୋଇଥିଲା।
ଘଟଣା ପଛର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri