ଅଶାନ୍ତ ପାକିସ୍ତାନ: ସାଧାରଣ ନିର୍ବାଚନ ପୂର୍ବରୁ ପୋଲିସ ଷ୍ଟେଶନ ଉପରେ ଗ୍ରେନେଡ ଆକ୍ରମଣ, ୧୦ ପୋଲିସକର୍ମୀ ଶହୀଦ

ଇସଲାମାବାଦ,୫।୨: ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ଭୋଟ ଦେବାର ତିନି ଦିନ ପୂର୍ବରୁ ସୋମବାର ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ପୋଲିସ ଷ୍ଟେଶନକୁ ଟାର୍ଗେଟ କରି ଗ୍ରେନେଡ ସାହାଯ୍ୟରେ ଆକ୍ରମଣ କରିଥିଲେ। ଯେଉଁଥିରେ ୧୦ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାନୁସାରେ, ସୋମବାର ସକାଳେ ପାକିସ୍ତାନର ଖାଇବର ପାଖ୍ଟନଖୱା ପ୍ରଦେଶର ଦାରବର ସହରରେ ଏକ ପୋଲିସ ଷ୍ଟେଶନରେ ଆତଙ୍କବାଦୀ ଆକ୍ରମଣ କରାଯାଇଥିଲା। ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ ଏହି ଆତଙ୍କବାଦୀ ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସର ଏହି ଆକ୍ରମଣ ନିର୍ବାଚନର ତିନି ଦିନ ପୂର୍ବରୁ ଘଟିଥିଲା। ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନ ପାଇଁ ଭୋଟ ୮ଫେବୃଆରୀରେ ପାକିସ୍ତାନରେ ହେବ। ବର୍ତ୍ତମାନ ଏହି ଆକ୍ରମଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ଦାୟିତ୍ୱ ଗ୍ରହଣ କରି ନାହାଁନ୍ତି।
ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ, ସୋମବାର ପାକିସ୍ତାନ ପୋଲିସ କହିଛି ଯେ ଖୈବର ପଖତୁନଖ୍ବା ଅନ୍ତର୍ଗତ ଡେରା ଇସମାଇଲ ଖାନ ଜିଲାର ଏକ ପୋଲିସ ଷ୍ଟେଶନରେ ହୋଇଥିବା ଆକ୍ରମଣରେ ଅତି କମରେ ୧୦ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଆତଙ୍କବାଦୀମାନେ ଭୋର ୩ଟା ସମୟରେ ଡର୍ବାନ ତହସିଲରେ ଥିବା ପୋଲିସ ଷ୍ଟେଶନ ଉପରେ ବହୁ ସଂଖ୍ୟକ ଅସ୍ତ୍ରଶସ୍ତ୍ର ଆକ୍ରମଣ କରିଥିଲେ। ଜିଓ ନ୍ୟୁଜ ଅନୁଯାୟୀ, ଆହତମାନଙ୍କୁ ଡିଏଚକ୍ୟୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ପୋଲିସ କହିଛି। ଆତଙ୍କବାଦୀମାନେ ପୋଲିସ ଷ୍ଟେଶନକୁ ସବୁ ଦିଗରୁ ଗ୍ରେନେଡ ସାହାଯ୍ୟରେ ଆକ୍ରମଣ କରି ପ୍ରବଳ ଗୁଳି ଚଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?