ଅସୁରକ୍ଷିତ ୫୯ନଂ ଜାତୀୟ ରାଜପଥ: ପେଭରବ୍ଲକକୁ ଖୋଳି ବିଛାଯାଉଛି ଓଏଫସି କେବୁଲ

ଦାରିଙ୍ଗବାଡି, ୧୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଛି। ଉକ୍ତ ରାସ୍ତାର ଦାରିଙ୍ଗବାଡିଠାରୁ ବାଲିଗୁଡା ରାସ୍ତାରେ ବିଏସଏନଏଲର ଅଫଟିକ ଫାଇବାର କେବୁଲ (ଓଏଫସି) ବିଛାଯାଉଛି। ଏଥିପାଇଁ ରାଜପଥ କଡ଼ରେ ପାର୍କିଂ ଓ ପାଦରେ ଯାତ୍ରୀମାନେ ଯାତାୟତ ପାଇଁ ପେଭରବ୍ଲକ ପକାଯାଇଛି। ତେବେ ଭଲ ରାସ୍ତାକୁ ବିଏସଏନଏଲ ବିଭାଗ ପକ୍ଷରୁ ଖୋଲାଯାଇ କେବୁଲ ବିଛାଯାଉଛି। ଫଳରେ ଏବେ ରାଜପଥ ଏବେ ବିପଦ ସଂକୁଳ ପରିସ୍ଥିତି ଦେଖାଯାଇଛି । ଆଗକୁ ବର୍ଷା ଆସୁଥିବାରୁ ରାସ୍ତା ଖାଲ ଥିଲେ ଦୁର୍ଘଟଣା ଘଟିବା ଆଶଙ୍କା କରାଯାଇଛି। ଜାତୀୟ ରାଜପଥ ବିଭାଗର କୌଣସି ଅଧିକାରୀ ଏହାର ତଦାରଖ କରୁ ନ ଥିବାବେଳେ ରାସ୍ତା ଖୋଳିବା ପାଇଁ ଏହାର ଅନୁମତି ନିଆଯାଇଛିକି ନାହିଁ ନା ଅନୁମତି ଦିଆଯାଇଛି ତାହା ସ୍ପଷ୍ଟ ଜଣାପଡ଼ିନାହିଁ। ଏହାର ରାଜପଥ ବିଭାଗ ତଦନ୍ତ କରିବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri