ଅସୁରକ୍ଷିତ ଧାନମଣ୍ଡି: ୧୧୭ରୁ ଗୋଟିଏରେ ସିସିଟିଭି

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା): ଧାନ ମଣ୍ଡିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ସମସ୍ତ ମଣ୍ଡିରେ ସିସିଟିଭି କ୍ୟାମେରା ଲଗାଇବାକୁ ବିଭାଗୀୟ ଷ୍ଟାଣ୍ଡିଂ କମିଟି ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ଏହିମର୍ମରେ ରାଜ୍ୟ ସମବାୟ ସମିତିର ନିବନ୍ଧକ ୯ା୫ା୨୦୨୩ରେ ସମସ୍ତ ଡିଆର୍‌ସିଏସ୍‌ଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସାମିଲ ହୋଇଥିବା ରାଜ୍ୟର ୩୪୬୩ ପାକ୍ସ ମଧ୍ୟରୁ ୧୦୫୬ଟିରେ ଗତ ୨୮ ତାରିଖ ସୁଦ୍ଧା ସିସିଟିଭି ଲଗାଯାଇଛି। ସେଥିରୁ ଯାଜପୁର ଜିଲାରେ ନୈରାଶ୍ୟଜନକ ଫଳ ରହିଛି। ଏହି ଜିଲାରେ ନିର୍ଦ୍ଧାରିତ ୧୧୭ ପାକ୍ସ ମଧ୍ୟରୁ ମାତ୍ର ଗୋଟିଏ ପାକ୍ସରେ ସିସିଟିଭି ଲାଗିଛି। ତେଣୁ ତୁରନ୍ତ ବାକି ୧୧୬ ପାକ୍ସରେ ସିସିଟିଭି କ୍ୟାମେରା ଲଗାଇବା ପାଇଁ ସମବାୟ ସମିତିର ନିବନ୍ଧକ ଯାଜପୁର ଜିଲାପାଳଙ୍କୁ ପତ୍ର ଲେଖିଥିବା ଜଣାପଡ଼ିଛି।
ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ୧୨୨ ପାକ୍ସ ସାମିଲ ହୋଇଛି। ଜିଲାରେ ପ୍ରାୟ ୧୨ ଲକ୍ଷ କୁଇଣ୍ଟାଲ ଖରିଫ ଧାନ ସଂଗ୍ରହ ହୋଇଥାଏ। ଏଥିରେ ପ୍ରାୟ ୪୪ ହଜାର ଚାଷୀ ଧାନ ବିକ୍ରି କରିଥାନ୍ତି। ଚାଷୀମାନେ ଧାନ ବିକ୍ରି କରିବା ସମୟରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ମିଲର୍ସମାନେ ଧାନ ଉଠାଇବାରେ ବିଳମ୍ବ କରୁଥିବା ଯୋଗୁ ଦିନରାତି ଚାଷୀଙ୍କ ଧାନ ପାକ୍ସଗୁଡିକରେ ପିଡ଼ି ରହୁଥିବାର ନଜିର ରହିଛି। ଏଭଳି ସ୍ଥିତିରେ ବର୍ଷା ହେଲେ ଚାଷୀଙ୍କ ଧାନ ନଷ୍ଟ ହୋଇଯାଇଥାଏ। ଏପରିକି ଧାନ ବସ୍ତା ଚୋରି ହେବା ଆଶଙ୍କା ମଧ୍ୟ ରହିଥାଏ। ଏହିସବୁ ସମସ୍ୟା ସମ୍ପର୍କରେ ଚାଷୀମାନେ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅଭିଯୋଗ କରିଥିବା ସତ୍ତ୍ବେ କିଛି ସୁଫଳ ମିଳି ପାରିନାହିଁ। ଏହାପରେ ବିଭାଗ ପକ୍ଷରୁ ସିସିଟିଭି ଲଗାଇବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ତାହା ବି ଏଯାଏ କାର୍ଯ୍ୟକାରୀ ହୋଇ ପାରିନାହିଁ। ଏ ସଂକ୍ରାନ୍ତରେ ଯାଜପୁର ଏଆରସିଏସ୍‌ ଶରତ ଚନ୍ଦ୍ର ମଲ୍ଲିକଙ୍କ ମତାମତ ନେବାକୁ ତାଙ୍କ ମୋବାଇଲକୁ ଯୋଗାଯୋଗ କରିଥିଲେ ହେଁ ସେ ଫୋନ କଲ ଗ୍ରହଣ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri