ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ ନେଇ ଗାଡ଼ି ଚାଳକମାନେ ଅସୁରକ୍ଷିତ ମନେକରିଛନ୍ତି। ଏହି କ୍ରମରେ ସେମାନଙ୍କ ସୁରକ୍ଷା ଦିଗରେ ବିହିତ ପଦକ୍ଷେପ ନେବାକୁ ମଙ୍ଗଳବାର ଓଡ଼ିଶା ମୋଟର ଚାଳକ ସଂଘ, ବରଗଡ଼ ଜିଲା ପକ୍ଷରୁ ଏସ୍‌ପି ପି.ଏସ୍‌. ମୀନାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।
ଦାବିପତ୍ରରେ ଉଲ୍ଲେଖ ରହିଛି, ଗତ କିଛିଦିନ ହେଲା ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ଅସାମାଜିକ ତତ୍ତ୍ୱ ବଢ଼ି ଚାଲିଛି। ଗାଡ଼ି ଚାଳକଙ୍କ ପ୍ରତି ଆକ୍ରମଣ ଏବଂ ଦୁର୍ବ୍ୟବହାର ପ୍ରଦର୍ଶନ ହେଉଥିବା ଅଭିଯୋଗ ହୋଇଛି। ଏଭଳି ସ୍ଥିତିରେ ରାସ୍ତାରେ ବିଭିନ୍ନ ସାମଗ୍ରୀ ଏବଂ ଯାତ୍ରୀମାନଙ୍କୁ ନେଇ ଗାଡ଼ି ଚଳାଇବା ଅସୁରକ୍ଷିତ ହୋଇ ପଡୁଛି ବୋଲି ସଂଘ ଅଭିଯୋଗ କରିଛି। ଏହାକୁ ଦୃଷ୍ଟିରେ ରାସ୍ତାରେ ପୋଲିସ ପାଟ୍ରୋଲିଂକୁ ଆହୁରି ଜୋରଦାର କରିବାକୁ ସଂଘ ଦାବି କରିଛନ୍ତି। ସଂଘର ଜିଲା ସଭାପତି ଜିତେନ୍ଦ୍ର ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଏସ୍‌ପିଙ୍କ କାର୍ଯ୍ୟାଳୟକୁ ଆସି ଦାବିପତ୍ର ପ୍ରଦାନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri