ଅସୁରକ୍ଷିତ ପ୍ରାଣୀ ଚିକିତ୍ସାଳୟ

ଖଇରା, ୨୬।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରା ପ୍ରାଣୀ ଚିକିତ୍ସା କାର୍ଯ୍ୟାଳୟର ନୂତନ ଗୃହ ନିର୍ମାଣ ସରିବାର ପାଖାପାଖି ସାଢେ ୩ବର୍ଷ ବିତିଗଲାଣି। ନୂଆ କାନ୍ଥରେ ଶିଉଳି ଲାଗି ପୁରୁଣା ଭଳି ଦେଖାଗଲାଣି। ହେଲେ ଗ୍ରାମ୍ୟ ଉନ୍ନୟନ ବିଭାଗ ସ୍ଥାଣୁ ହୋଇବସିଛି। ପ୍ରାଣୀ ଚିକିତ୍ସକ ଓ ଅନ୍ୟମାନେ ବାଧ୍ୟ ହୋଇ ପୁରୁଣା ଅସୁରକ୍ଷିତ ଚିକିତ୍ସାଳୟରେ ଦାୟିତ୍ୱ ତୁଲାଉଛନ୍ତି। ତୁରନ୍ତ ଚିକିତ୍ସାଳୟ କିଭଳି ନତନ ଗୃହକୁ ସ୍ଥାନାନ୍ତର ହୋଇପାରିବ ସେଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ପ୍ରାଣୀପାଳକମାନେ ଦାବି କରିଛନ୍ତି।
ନୂତନ ଚିକିତ୍ସାଳୟ ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଅନ୍ୟୁନ ୨୦ଲକ୍ଷ ଟଙ୍କା ପ୍ରଦାନ କରାଯାଇଥିଲା।
୨୦୧୯ ଜାନୁଆରୀରେ କାମ ଶେଷ ହୋଇଥିଲା। ତେବେ ବିଭାଗ ଠିକାଦାରଙ୍କୁ ଏଷ୍ଟିମେଟଠାରୁ ଅଧିକ କାର୍ଯ୍ୟ କରାଇ ବିଲ୍‌ ପେମେଣ୍ଟ ନ କରିବା ନେଇ ଚାଲିଥିବା ବିବାଦ ଘର ହସ୍ତାନ୍ତର ନ ହେବାର ମୁଖ୍ୟ କାରଣ ବୋଲି କୁହାଯାଉଛି। ଖଇରା ପ୍ରାଣୀ ଚିକିତ୍ସାଳୟକୁ ଦୈନିକ ୩୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ପ୍ରାଣୀ ଚିକିତ୍ସା ସମ୍ବନ୍ଧୀୟ ପରାମର୍ଶ ନେବାକୁ ଆସିଥାନ୍ତି। କିଛି ଇଞ୍ଜେକଶନ ଦେବା ତଥା ଔଷଧ ସେବନ କରାଇବାକୁ ଗାଈ ଓ ଛେଳିକୁ ସାଙ୍ଗରେ ନେଇ ଆସିଥାନ୍ତି। ହେଲେ ପ୍ରାଣୀମାନଙ୍କୁ ସୁରକ୍ଷିତ ସ୍ଥାନରେ ଛିଡା କରାଇବାକୁ ପୁରୁଣା କାର୍ଯ୍ୟାଳୟରେ ଆନୁଷଙ୍ଗିକ ବ୍ୟବସ୍ଥା ନ ରହିବା, ଷ୍ଟୋର ରୁମ୍‌ ଅଭାବ ତଥା ବହୁବର୍ଷର ପୁରୁଣା ଗୃହ ଧୀରେ ଧୀରେ ଅସୁରକ୍ଷିତ ହୋଇପଡୁଥିବା କାରଣକୁ ଦୃଷ୍ଟିରେ ରଖି ନୂତନ ଗୃହ ନିର୍ମାଣ ପାଇଁ ଗ୍ରାମ୍ୟ ଉନ୍ନୟନ ବିଭାଗ ତରଫରୁ ନିଷ୍ପତ୍ତି ନିଆଯାଇଥିଲା।
ହେଲେ ଗୃହ ନିର୍ମାଣ ହୋଇସାରିବା ପରେ ମଧ୍ୟ ୩ବର୍ଷ ଧରି ଅବ୍ୟବହୃତ ହୋଇପଡିବା ସରକାର ରାଜସ୍ବ ଅପଚୟ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ସମ୍ପର୍କରେ ବିଭାଗର ସହକାରୀ ଯନ୍ତ୍ରୀ ପ୍ରିୟରଞ୍ଜନ ବେହେରାଙ୍କୁ ଯୋଗାଯୋଗ କରିବାରେ ସେ କାର୍ଯ୍ୟରେ ଯୋଗଦେବା ପରେ କେହି ତାଙ୍କୁ ଏ ବିଷୟରେ ଅଭିଯୋଗ କରିନାହାନ୍ତି ା କିଭଳି କାର୍ଯ୍ୟକ୍ଷମ ହୋଇପାରିବ ସେଥିପ୍ରତି ଦୃଷ୍ଟି ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri