Posted inଜାତୀୟ

ୟୁଏନଏସସିର ଦ୍ୱିତୀୟ ବୈଠକରେ ମୁମ୍ବାଇ ପରେ ଦିଲ୍ଲୀରୁ ପାକିସ୍ତାନକୁ କରାଯିବ ଟାର୍ଗେଟ

ନୂଆଦିଲ୍ଲୀ,୨୯ ।୧୦: ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଆତଙ୍କବାଦ ନିରୋଧକ ସମିତିର ବିଶେଷ ବୈଠକର ଶନିବାର ହେଉଛି ଦ୍ୱିତୀୟ ଦିବସ । ଦ୍ୱିତୀୟ ଦିନର ବୈଠକ ଶନିବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକରେ ୩ ବିନ୍ଦୁ ଉପରେ ଆଧାରିତ ଏଜେଣ୍ଡା ଉପରେ ଚର୍ଚ୍ଚା କରାଯିବ । ଯେଉଁଥିରେ ଆତଙ୍କବାଦୀ ଆକ୍ରମଣରେ ଇଣ୍ଟରନେଟ ଓ ସୋସିଆଲ ମିଡିଆର ବ୍ୟବହାର, ପାଣ୍ଠି ସଂଗ୍ରହ ପାଇଁ ନୂତନ ପେମେଣ୍ଟ ଟେକ୍ନୋଲୋଜିର ବ୍ୟବହାର ଏବଂ ଡ୍ରୋନ୍ ଭଳି ମାନବ ବିହୀନ ବିମାନ ଉପକରଣ ସହିତ କାରବାର ଉପରେ ଆଲୋଚନା ଅନ୍ତର୍ଭୁକ୍ତ କରାଯିବ । ସୂଚନାଯୋଗ୍ୟ, ଏହାର ପ୍ରଥମ ଦିନର ବୈଠକ ମୁମ୍ବାଇରେ ୨୮ ଅକ୍ଟୋବର ଶୁକ୍ରବାର ଆୟୋଜିତ ହୋଇଯାଇଛି ।
ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଏହି ବୈଠକ ସକାଳ ୯ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ନୂଆ ଦିଲ୍ଲୀର ତାଜ ପ୍ୟାଲେସରେ ହେବ । ବୈଠକ ପରେ ପ୍ରେସ କନଫରେନ୍ସ ହେବ । ଶୁକ୍ରବାର ତାଜ ହୋଟେଲରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ସମସ୍ତ ୧୫ ସଦସ୍ୟ ଦେଶର ରାଷ୍ଟ୍ରଦୂତ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଲୋକଙ୍କ ସ୍ମାରକରେ ଶ୍ରଦ୍ଦାଞ୍ଜଳି ଦେଇଥିଲେ । ଶନିବାରର ବୈଠକରେ ଚାଇନା ବି ଭାଗ ନେବ ।


Enter your email to get our daily news in your inbox.

All Right Reserved By Dharitri.Com

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର…

ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ମିଳିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କରିବାରେ ପୋଲିସ ବିଫଳ, ବଢୁଛି ଉତ୍ତେଜନା

ଦେବଗଡ଼,୨୫ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ପୋଲିସ ୨୧ ତାରିଖ ରାତିରେ ଶ୍ରମିକ ଈନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ…

ମହାକାଳପଡ଼ାର ଏହି ସ୍ଥାନରେ ହେବ ଜାହାଜ କାରଖାନା, ଆରମ୍ଭ ହେଲା ସର୍ଭେ

ମହାକାଳପଡ଼ା, ୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ବଡ଼ଟୁବି, ସାନଟୁବି ଓ ନିପାଣିଆ ଗ୍ରାମରେ ଜାହାଜ କାରଖାନା ପ୍ରତିଷ୍ଠା ପାଇଁ…

‘ଇ୨୦’ ପେଟ୍ରୋଲ ବ୍ୟବହାର କଲେ ବୀମା ବାତିଲ ହେବନାହିଁ: କେନ୍ଦ୍ର

ନୂଆଦିଲ୍ଲୀ, ୨୫ା୬ : ୨୦ ପ୍ରତିଶତ ଇଥାନଲ୍‌ ମିଶ୍ରିତ ପେଟ୍ରୋଲ୍‌ ବା ‘ଇ୨୦’ ଇନ୍ଧନ ବ୍ୟବହାର କଲେ ଗାଡ଼ିର ବୀମା ଅବଧି ବା ବୈଧତା ବାତିଲ ହୋଇଯିବ…

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri