ରୁଷିଆ-ୟୁକ୍ରେନ ସଙ୍କଟକୁ ନେଇ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ବୈଠକ: ଭୋଟିଂରୁ ବିରତ ରହିଲା ଭାରତ

ନ୍ୟୁୟର୍କ,୨୮ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଚାଲିଥିବା ଆକ୍ରମଣକୁ ନେଇ ରବିବାର ବିଳମ୍ବିତ ରାତି ଅର୍ଥାତ୍ ରାତି ପ୍ରାୟ ୧ଟା ୩୦ ମିନିଟରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ବୈଠକ ଡକାଯାଇଥିଲା । ଏହି ବୈଠକରେ ୟୁକ୍ରେନ ସଙ୍କଟ ପ୍ରସଙ୍ଗରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନଜିଏ)ର ଜରୁରୀ ବୈଠକ ଡକାଯିବ କି ନା ଭୋଟ ମାଧ୍ୟମରେ ନିଷ୍ପତ୍ତି ନିଆଯାଇଥିଲା । ହେଲେ ଭାରତ ୟୁଏନଏସସିର ପ୍ରକ୍ରିୟାଗତ ଭୋଟଠାରୁ ଦୂରେଇ ରହିଛି । କିନ୍ତୁ ଜାତିସଂଘର ସାଧାରଣ ସଭାରେ ୟୁକ୍ରେନ୍ ଯୁଦ୍ଧ ଉପରେ ଜରୁରୀ ବୈଠକ ଡାକିବା ସପକ୍ଷରେ ୧୫ ଜଣ ସଦସ୍ୟଙ୍କ ମଧ୍ୟରୁ ୧୧ ଜଣ ମତ ଦେଇଛନ୍ତି । ୧୧ ଜଣ ସଦସ୍ୟ ସପକ୍ଷରେ ମତ ଦେବା ପରେ ୟୁଏନଜିଏରେ ଜରୁରୀକାଳିନ ଅଧିବେଶନ ଡାକିବା ପାଇଁ ବାଟ ଫିଟି ଯାଇଛି ।
ସୂଚନାଯୋଗ୍ୟ, ଭାରତ, ଚାଇନା ଓ ୟୁଏଇ ଏହି ମତଦାନରୁ ବିରତ ରହିଛନ୍ତି । ୟୁଏନଏସସିର ବିଶେଷ ବୈଠକରେ ୫ ସ୍ଥାୟୀ ସଦସ୍ୟଙ୍କ ସହ ୧୦ ଅସ୍ଥାୟୀ ସଦସ୍ୟ ସାମିଲ ହୋଇଥିଲେ । ରୁଷିଆ ଏହା ବିରୋଧରେ ମତଦାନ କରିଥିଲା । ଭାରତର ପ୍ରତିନିଧି ଟିଏସ୍ ତିରୁମୂର୍ତ୍ତି କରିଛନ୍ତି ପରିସ୍ଥିତିକୁ ଦେଖି ଭାରତ ଭୋଟିଂ କଲା ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri