ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା। ଏହି ଅଦିନିଆ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକର ସମସ୍ତ ଅଞ୍ଚଳ ଚାଷୀଙ୍କ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଜଣା ପଡିଛି। ବର୍ତମାନ ଧାନ ଗଜା ବାହାରିବା ଆରମ୍ଭ କଲାଣି। ଏବେବି ଅଧିକାଂଶ ଚାଷୀଙ୍କ ଧାନ ବର୍ଷା ପାଣିରେ ଭାସୁଥିବା ଦେଖିବାକୁ ମିଳିଛି।

ଅନ୍ୟପଟେ ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତିର ଆକଳନ ପାଇଁ ବୁଧବାର ଗଞ୍ଜାମ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ଏବଂ ବିଡିଓ ଅଚ୍ୟୁତାନନ୍ଦ ଯାନୀ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଋଣ ଆଣି ହଜାର ହଜାର ଟଙ୍କା ଖର୍ଚ୍ଚ କରିବା ଏବଂ ନିଜର ପରିଶ୍ରମ ବୃଥା ଓ ମୂଲ୍ୟହୀନ ହୋଇଯିବ ବୋଲି ମୁଁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। ଗଞ୍ଜାମ ବ୍ଲକ ଅଞ୍ଚଳର ଧାନ ଫସଲ ନଷ୍ଟ ହୋଇଥିବା ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ ତହସିଲଦାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା।...

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩...

ସାଙ୍ଗମାନଙ୍କ ସହ ଯାଇଥିଲେ ହୋଲି ଖେଳି, ଫେରିଲେନି ଘରକୁ …

ଗଞ୍ଜାମ,୧୬।୩: ଗଞ୍ଜାମ ଜିଲା ପୋଡମପେଟା ଗାଁ ନିକଟ ସମୁଦ୍ର କୂଳରେ ଏକ ଅଘଟଣ ଘଟିଛି। ହୋଲି ଖେଳି ସମୁଦ୍ରରେ ଗାଧୋଇବା ବେଳେ ପାଣିରେ ବୁଡି ଜଣେ...

ସାପକୁ କଚାଡି ମାରିଲେ, ପରେ ସାଙ୍ଗରେ ନେଇ ପହଁଚିଲେ ମେଡିକାଲ

ଉଦଳା,୧୬।୩(ସନ୍ତୋଷ କୁମାର ବାଛିନି): ସାପକୁ କଚାଡି ମାରିଲେ ଆଉ ସାପକୁ ନେଇ ସାଙ୍ଗରେ ପହଁଚିଲେ ମେଡିକାଲ। ଯୁବକଙ୍କୁ କାମୁଡ଼ିଲା ନାଗ ସାପ। ୩ ରୁ ୪...

ଅଙ୍ଗୁର ଗାଡିକୁ ପିଟିଲା ଟ୍ରକ: ଯେତେ ପାରିଲେ ବୋହିନେଲେ

ଯାଜପୁର,୧୬।୩: ଯାଜପୁର କୁଆଖିଆ ନିକଟରେ ରବିବାର ସକାଳୁ ସକାଳୁ ଘଟିଛି ଏଦ ସଡ଼କ ଦୁର୍ଘଟଣା। ଏକ ଅଙ୍ଗୁର ବୋଝେଇ ଗାଡିକୁ ପିଟିଲା ଆଉ ଏକ ଟ୍ରକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri