ବିକ୍ରି ହୋଇନି ଖରିଫ୍‌ ଧାନ: ଇଚ୍ଛାମୃତ୍ୟୁ ଆବେଦନ କଲେ ରୋହିତ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାରରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଅନ୍ୟପଟେ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି। ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌ ପଡ଼ି ସେମାନେ ଏଭଳି ସମସ୍ୟାର ସମ୍ମୁଖୀନ ହୋଇଛନ୍ତି ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି ଏବଂ ଗତ ୨ମାସରୁ ଊର୍ଦ୍ଧ୍ୱ ସମୟ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଧାରଣାରେ ବସିଛନ୍ତି। ଯେତେଦିନ ପର୍ଯ୍ୟନ୍ତ ସେମାନଙ୍କ ଖରିଫ ଧାନ ବିକ୍ରି ହେବ ନାହିଁ, ସେତେଦିନ ପର୍ଯ୍ୟନ୍ତ ସେମାନେ ଧାରଣା ଜାରି ରଖିବେ ବୋଲି ଚାଷୀମାନେ ରୋକ୍‌ଠୋକ୍‌ ଚେତାବନୀ ଦେଇଛନ୍ତି। ତେବେ ସାମବାର ଭେଡ଼େନ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଚାଲିଥିବା ସମୟରେ ଏଭଳି ସମସ୍ୟାରେ ପଡ଼ିଥିବା ଅଭିଯୋଗ କରି ଜିଲାର ଭେଡ଼େନ ବ୍ଲକ ଅନ୍ତର୍ଗତ ତାଳମେଣ୍ଡା ଗ୍ରାମର ଜଣେ ଚାଷୀଙ୍କ ପୁଅ ରୋହିତ ସେଠାକୁ ପହଞ୍ଚତ୍ ଜିଲାପାଳଙ୍କଠାରେ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି।
ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଆବେଦନ ପତ୍ର ଦେଇଥିବା ଯୁବକ ଜଣକ ହେଲେ, ତାଲମେଣ୍ଡା ଗ୍ରାମର ରଣଜିତ ଭୋଇଙ୍କ ପୁଅ ରୋହିତ। ସେ ଜିଲାପାଳଙ୍କୁ ଦେଇଥିବା ଆବେଦନ ପତ୍ରରେ ଉଲ୍ଲେଖ ରହିଛି, ଗତ ୨୦ବର୍ଷ ହେଲା, ସେମାନେ ଧାନଚାଷ କରି ଆସୁଛନ୍ତି। ଅମଳ ଧାନକୁ ମଧ୍ୟ ଠିକ୍‌ ଭାବେ ବିକ୍ରୟ କରି ପରିବାର ପୋଷଣ କରୁଥିଲେ। କିନ୍ତୁ ପ୍ରଶାସନିକ ଅବହେଳା ଯୋଗୁ ଗତବର୍ଷ ଖରିଫରେ ଅମଳ ଧାନକୁ ସେ ବିକ୍ରି କରି ପାରି ନଥିବା ଅଭିଯୋଗ କରିଛନ୍ତି। ଅନ୍ୟପଟେ ବୃଦ୍ଧ ମାତାପିତାଙ୍କ ଔଷଧ, ପିଲାଙ୍କ ପାଠପଢ଼ା ଖର୍ଚ୍ଚ, ପୋଷାକପତ୍ର କିଣିବା ପାଇଁ ମଧ୍ୟ ଟଙ୍କା ନାହିଁ। ସେହିପରି ଚାଷକାର୍ଯ୍ୟ ପାଇଁ ଋଣ କରିଥିବା ଟଙ୍କାକୁ ମଧ୍ୟ ସେ ପୈଠ କରି ପାରୁ ନାହାନ୍ତି। ଏଭଳି ସମସ୍ୟା ଯୋଗୁ ମୌଳିକ ଆବଶ୍ୟକତାକୁ ମଧ୍ୟ ଠିକ୍‌ଭାବେ ପୂରଣ କରି ପାରୁ ନଥିବାରୁ ସେ ମାନସିକ ଚାପରେ ଅଛନ୍ତି ବୋଲି ଆବେଦନ ପତ୍ରରେ ଉଲ୍ଳେଖ କରିଛନ୍ତି। ଏଭଳି ସମସ୍ୟା ନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିବା ସହିତ ଧାନ କିଣିବା ପାଇଁ ନିବେଦନ କରିବା ସତ୍ତ୍ୱେ କିଛି ସୁଫଳ ନ ମିଳିବାରୁ ସେ ଇଚ୍ଛାମୃତ୍ୟୁ ପାଇଁ ଆବେଦନ ଭଳି ଚରମ ନିଷ୍ପତ୍ତି ନେଇଥିବା ସମ୍ପୃକ୍ତ ଚାଷୀ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?