ଖୋଲୁନି ରହସ୍ୟ, ବଢୁଛି ଦ୍ୱନ୍ଦ୍ୱ

ଢେଙ୍କାନାଳ ଅଫିସ, ୫।୨ ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗାଁ ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତିସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩) ଅପହରଣ ମାମଲା ଅଦ୍ୟାବଧି ରହସ୍ୟାବୃତ ହୋଇ ରହିଛି। ଉଦ୍ଧାର ହୋଇଥିବା ସୁବ୍ରତଙ୍କୁ ଅଜ୍ଞାତ ସ୍ଥାନରେ ରଖି ପଚରାଉଚୁରା କରାଯାଉଛି। ତେବେ ତାଙ୍କ ବୟାନରେ ତାଳମେଳ ରହୁ ନ ଥିବାରୁ ଅପହରଣ ରହସ୍ୟ ଉନ୍ମୋଚନ ହୋଇପାରୁ ନ ଥିବା ଏସ୍‌ପି ଏଲ୍‌. ଦିବ୍ୟା ଭି. କହିଛନ୍ତି। ସୁବ୍ରତ ଅତ୍ୟଧିକ ଭୟଭୀତ ହୋଇପଡ଼ିଥିବାରୁ ଠିକ୍‌ ଭାବେ ବୟାନ ଦେଇ ପାରୁ ନ ଥିବା ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡ଼ିଛି। ଅନ୍ୟପଟେ ରାଜନୈତିକ ଶତ୍ରୁତାରୁ ଏହି ଅପହରଣ କରାଯାଇଥିବା ସନ୍ଦେହରେ ପୋଲିସ ଗୁରୁବାର ଅଟକ ରଖିଥିବା ୪ଜଣଙ୍କୁ ଜେରା କରି ଛାଡ଼ିଦେଇଛି। ଶୁକ୍ରବାର କଣ୍ଟାବଣିଆ ପୋଲିସ ନୂଆଗଁା ପଞ୍ଚାୟତର ଅନ୍ୟଜଣେ ବିଜେଡି ସମର୍ଥିତ ସମିତିସଭ୍ୟ ପ୍ରାର୍ଥୀ ରିଟୁ ସାହୁଙ୍କୁ ପଚରାଉଚରା କରୁଛି। ସେହିପରି ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ସମ୍ପର୍କୀୟ ଭାଇ ତଥା ବାଲିମୀ ଥାନା ଅଞ୍ଚଳର ନୀଳକଣ୍ଠ ଦାସଙ୍କୁ ମଧ୍ୟ ଅଟକ ରଖାଯାଇ ତନାଘନା କରାଯାଉଛି।
ସମିତିସଭ୍ୟ ପଦବୀରେ ଶାସକ ଦଳ ସମର୍ଥନରେ ଦୁଇଜଣ ପ୍ରାର୍ଥୀ ଛିଡ଼ାହେବା ଏବଂ ଏହାକୁ ନେଇ ସୃଷ୍ଟି ହୋଇଥିବା ରାଜନୈତିକ ଶତ୍ରୁତା କାରଣରୁ ଏହି ହାଇପ୍ରୋଫାଇଲ ଅପହରଣ କରାଯାଇଥିବା ଚର୍ଚ୍ଚା ଜୋର୍‌ ଧରିଛି। ପ୍ରବଳ ଚାପ ପଡୁଥିବାରୁ ପୋଲିସ ତଦନ୍ତ ଦିଗହରା ହେଉଥିବା ଆଲୋଚନା ମଧ୍ୟ ହେଉଛି। ଏହି ଘଟଣା ୩ଦିନ ହେଲା ଜିଲା ରାଜନୀତିକୁ ସରଗରମ କରିଛି। ଅନ୍ୟପଟେ ଅଟକ ସମ୍ପର୍କୀୟ ଭାଇଙ୍କୁ ଛଡ଼ା ନ ଗଲେ ଥାନା ଆଗରେ ଆମରଣ ଅନଶନରେ ବସିବେ ବୋଲି ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତ ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ, ବିଜେଡି ସମର୍ଥନରେ ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ହୋଇଥିବା ପ୍ରିୟରଞ୍ଜନ ଚଳିତ ନିର୍ବାଚନରେ କୁକୁଟା ପଞ୍ଚାୟତରୁ ସମିତିସଭ୍ୟ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଛନ୍ତି।
ଏ ସଂକ୍ରାନ୍ତରେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ କୁହନ୍ତି, ନିଖୋଜ ସମିତିସଭ୍ୟ ପ୍ରାର୍ଥୀ ଉଦ୍ଧାର ହେବାପରେ ଭୟ ଓ ଆଶଙ୍କା ଟଳିଛି। ଏହି ଘଟଣାର ବିଧିବଦ୍ଧ ତଦନ୍ତ କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। ଏ ନେଇ ଏସ୍‌ପି କୁହନ୍ତି, ଉଦ୍ଧାର ସମିତିସଭ୍ୟ ପ୍ରାର୍ଥୀଙ୍କୁ ପଚରାଉଚରା ଚାଲିଛି। ତଦନ୍ତ ପରେ ସମ୍ପୂର୍ଣ୍ଣ ତଥ୍ୟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri