ସୁଭଦ୍ରା ଯୋଜନାକୁ ନେଇ ପ୍ରଶାସନ ତତ୍ପର, ବାଦ୍‌ ପଡ଼ିବେନି ଯୋଗ୍ୟ ହିତାଧିକାରୀ

ଦାରିଙ୍ଗବାଡ଼ି,୧୫ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାକୁ ଅଧିକ ଲୋକାଭିମୁଖୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ରବିବାର ପଦଯାତ୍ରା ମାଧ୍ୟମରେ ଜନସଚେତନ କରାଯାଇଛି। ବିଡିଓ ଗଦାଧର ପାତ୍ର ଏବଂ ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ତତ୍ତ୍ୱାବଧାନରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ଏହି ଶୋଭାଯାତ୍ରାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତହସିଲଦାର ଶରତ ଶବର, ଆଇଆଇଆସି ରମେଶ ପ୍ରଧାନ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ମହିଳା ମିଶନଶକ୍ତିର ଶତାଧିକ ମହିଳା, ଅଙ୍ଗନଓ୍ବାଡି କର୍ମୀ, ବିଭିନ୍ନ ପଞ୍ଚାୟତର ଲୋକ ପ୍ରତିନିଧି ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ପଦଯାତ୍ରାଟି ମହିଳା ଓ ଶିଶୁ ବିକାଶ ଯୋଜନା କାର୍ଯ୍ୟାଳୟ ପରିସର ମଧ୍ୟରୁ ବାହାରି ଚାରି ଛକ ଦେଇ ତିନିଛକ ଦେଇ ବ୍ଲକ ଅଫିସରେ ପହଞ୍ଚିଲା। ସେଠାରେ ଏହି ଯୋଜନାକୁ ନେଇ ବ୍ୟାପକ ସଚେତନ କରାଯାଇଥିଲା। ସୁଭଦ୍ରା ଯୋଜନାକୁ ନେଇ ରାଜ୍ୟ ସରକାର ଯେତିକି ତତ୍ପରତା ଦେଖାଉଛନ୍ତି ସେତିକି ସ୍ଥାନୀୟ ପ୍ରଶାସନଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପକ୍ଷରୁ ଯୋଜନାକୁ ନେଇ ତତ୍ପରତା ବୃଦ୍ଧି ପାଉଛି। ସେହି କ୍ରମରେ ଗାଁ ତଥା ଦୁର୍ଗମ ଗାଁଗୁଡିକରେ ମଧ୍ୟ ଏହି ଯୋଜନାକୁ ନେଇ ୨୧ ବର୍ଷଠାରୁ ୬୦ ବର୍ଷ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଯାଇଛ। ତେବେ ଏହି ଯୋଜନାରେ କିଭଳି ସମସ୍ତ ହିତାଧିକାରୀ ସଫକତାର ସହ ନିଜ ନାମ ପଞ୍ଜୀକୃତ କରିବେ ତାକୁ ନେଇ ରାଜ୍ୟ ସରକାର ସମସ୍ତ ପ୍ରୟାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri