୧୮ ଦିନରେ ଭଞ୍ଜନଗର ଯାତ୍ରା: ଅସମ୍ଭାଳ ଭିଡ, ଖୋର୍ଦ୍ଧା ପାଇକ ପୁଅଙ୍କ ଦୁଃସାହସିକ କଳା ପ୍ରଦର୍ଶନ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଗୁରୁବାର ୧୮ ଦିନରେ ପହଞ୍ଚିଛି। ଆଜି କବି ସମ୍ରାଟ ରଙ୍ଗମଞ୍ଚରେ ଖୋର୍ଦ୍ଧାର ପାଇକ ପୁଅ ମାନେ ଚିତାକର୍ଷକ ଏବଂ ଦୁଃସାହସିକ କଳା କୌଶଳ ପ୍ରଦର୍ଶନ କରିଥିଲେ। ଏହାପରେ ଅନ୍ୟାନ୍ୟ ସାଂସ୍କୃତିକ ଦଳ ନିଜର କଳା ପ୍ରଦର୍ଶନ କରିଥିଲେ। ଏଥିସହ ସୁଜ୍ଞାନି ମାହାପାତ୍ର ଏବଂ ତାଙ୍କ ଟିମ୍ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଦେବୀଙ୍କ ଦର୍ଶନ ପାଇଁ ଯାତ୍ରାରେ ଅସମ୍ଭାଳ ଭିଡ ପରିଲକ୍ଷିତ ହେଉଛି। ଆସନ୍ତା ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆଜିର ସାଂସ୍କୃତିକ କାର୍ଯ୍ୟକ୍ରମକୁ ଭଞ୍ଜନଗର ଟାଟା ପାୱାର ଅଧିକ୍ଷଣ ଯନ୍ତ୍ରୀ ଅଭିଜିତ୍ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଭଞ୍ଜନଗର ଆଞ୍ଚଳିକ ପରିବହନ ଅଧିକାରୀ ଭାଗିରଥି ନାୟକ, ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସତ୍ୟ ରଞ୍ଜନ ପରିଡ଼ା , ଭଞ୍ଜନଗର ଜେଲ୍ ଅଧିକାରୀ, ଭଞ୍ଜନଗର ଜିଏସଟି ଅଧିକାରୀ, ଯାତ୍ରା କମିଟି କର୍ମକର୍ତ୍ତା ଟୁକୁନା ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଘୁମୁସର ସାଂସ୍କୃତିକ ଇତିହାସ ଉପରେ କହିଥିଲେ। ଏହି ଅବସରରେ ଗଞ୍ଜାମ ଜିଲା ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ ପାତ୍ର, ଯାତ୍ରା କମିଟି କାର୍ଯ୍ୟକାରି ସଭାପତି ବିଷ୍ଠୁ ପ୍ରସାଦ ପ୍ରଧାନ, ସମ୍ପାଦକ ସୁଧିର ରଞ୍ଜନ ବେହେରା, ଏମପି ପ୍ରତିନିଧି ରବିନ୍ଦ୍ର ଗୌଡ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?