ସାଟେଲାଇଟ୍‌ ସର୍ଭେରୁ ଧରାପଡ଼ିଲା ଅଯୋଗ୍ୟ ଜମି

କଟକ ସଦର, ୨୮ା୧୧(ଡି.ଏନ୍‌.ଏ.): ୨୦୨୨-୨୦୨୩ ଆର୍ଥିକ ବର୍ଷରେ ଚାଷୀମାନେ ଧାନ ବିକ୍ରି ପାଇଁ ଅନ୍‌ଲାଇନରେ ନାମ ପଞ୍ଜୀକରଣ କରିଥିଲେ। ଏହି ପଞ୍ଜୀକରଣବେଳେ ବହୁ ଅଯୋଗ୍ୟ ପ୍ଲଟ୍‌ରେ ଧାନଚାଷ ହୋଇଥିବା ଦର୍ଶାଯାଇଥିଲା। ମାତ୍ର ସେହି ପ୍ଲଟ୍‌ଗୁଡ଼ିକରେ ଧାନଚାଷ ହୋଇ ନ ଥିବା ସାଟେଲାଇଟ୍‌ ସର୍ଭେରୁ ଜଣାପଡ଼ିଥିଲା। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ କରିବାକୁ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର ବିଭାଗ ନିର୍ଦ୍ଦେଶ ଦେଇଛି। ତଦନୁଯାୟୀ କଟକ ସଦର ବ୍ଲକର ବିଭିନ୍ନ ସମବାୟ ସମିତିର କର୍ମଚାରୀମାନେ ବିଲକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ଅନେକ ଜମି ଉପରେ କୋଠାଘର, ପୋଖରୀ ଭଳି ଅଣ କୃଷି କାର୍ଯ୍ୟ ଚାଲିଥିବା ଜଣାପଡ଼ିଛି। ସେଥିପାଇଁ ସମ୍ପୃକ୍ତ ଚାଷୀମାନେ ବିରୋଧ କରିବା ସହ କର୍ମଚାରୀମାନଙ୍କୁ ଗାଳିଗୁଲଜ କରିଛନ୍ତି। ବିଶେଷକରି ୪୨ ମୌଜା ଭଳି ଅଣଜଳସେଚିତ ଅଞ୍ଚଳରେ ଅନେକ ଚାଷଜମିର କିସମ ପରିବର୍ତ୍ତନ କରା ନ ଯାଇ ବଡ଼ ବଡ଼ କୋଠାଘର କରାଯାଇଥିବା ସାଟେଲାଇଟ୍‌ ସର୍ଭେରୁ ଜଣାପଡ଼ିଛି, ଯାହାକୁ ନେଇ କୂଳସରିଚୁଅଁା, ଦଧିବାମନପୁର, ଗତିରାଉତପାଟଣା, କନ୍ଦରପୁର, ଯଶପଡ଼ା, କିଶୋରନଗର, ପ୍ରହରାଜପୁର ଅଞ୍ଚଳର ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତଥାପି ସରକାରଙ୍କ ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ ପଡ଼ିବ ବୋଲି କଟକସ୍ଥିତ ସହକାରୀ ସମବାୟ ନିବନ୍ଧକଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ପରିଚୟ ଗୋପନ ରଖି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri