ମେ ୧୫ ଯାଏ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ମନା

ନୂଆଦିଲ୍ଲୀ, ୧୬।୪(ପି.ଟି.):ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସମେତ କେନ୍ଦ୍ରୀୟ ସଂରକ୍ଷଣରେ ଥିବା ତଥା ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ଅଧୀନରେ ଆସୁଥିବା ସମସ୍ତ ଐତିହ୍ୟ ସ୍ଥଳ ଓ ସଂଗ୍ରହାଳୟଗୁଡ଼ିକୁ ମେ’ ୧୫ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏଏସ୍‌ଆଇ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଥିବା କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ପଟେଲ ଗୁରୁବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏଏସ୍‌ଆଇ ଅଧୀନରେ ରହିଥିବା ୩,୬୯୩ ଐତିହ୍ୟ ସ୍ଥଳ ଏବଂ ୫୦ ସଂଗ୍ରହାଳୟ ଅନ୍ୟାଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଉକ୍ତ ନିର୍ଦ୍ଦେଶନାମାରେ କୁହାଯାଇଛି। ପୁରୀ ଶ୍ରୀମନ୍ଦିର ଏବଂ ସୋମନାଥ ମନ୍ଦିର ଭଳି ଧର୍ମୀୟ ପୀଠରେ ଦୈନନ୍ଦିନ ପୂଜା ରୀତିନୀତି ଯଥାବିଧି ଜାରି ରହିବ। କିନ୍ତୁ ଭକ୍ତ ସମାଗମକୁ ଅନୁମତି ମିଳିବ ନାହିଁ ବୋଲି ସଂସ୍କୃତି ମନ୍ତ୍ରଣାଳୟର ଗଣମାଧ୍ୟମ ଉପଦେଷ୍ଟା ନୀତିନ ତ୍ରିପାଠୀ କହିଛନ୍ତି।
ପ୍ରକାଶ ଯେ, କରୋନା ମହାମାରୀ ଯୋଗୁ ଗତବର୍ଷ ମାର୍ଚ୍ଚ ୧୭ରୁ ଏଏସ୍‌ଆଇ ଅଧୀନ ସମସ୍ତ ଐତିହ୍ୟ ସ୍ଥଳକୁ ବନ୍ଦ କରିଦିଆଯାଇଥିଲା। ଜୁଲାଇରେ କୋଭିଡ୍‌ କଟକଣା ମଧ୍ୟରେ ସେଗୁଡ଼ିକ ପୁନର୍ବାର ଭକ୍ତ ଓ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଥିଲା। ମାସ୍କ ପରିଧାନ ଓ ସାମାଜିକ ଦୂରତାକୁ ବାଧ୍ୟତାମୂଳକ କରାଯିବା ସହ ପର୍ଯ୍ୟଟକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଥିଲା। ପରବର୍ତ୍ତୀ ସମୟରେ ଏହି କଟକଣାକୁ କୋହଳ କରିଦିଆଯାଇଥିଲା। ତେବେ ସଂକ୍ରମଣର ଦ୍ୱିତୀୟ ଲହର ଭୟଙ୍କର ଭାବେ ବଢ଼ିଚାଲିଥିବାରୁ ପୁଣି ଥରେ ସମସ୍ତ ଐତିହ୍ୟ ସ୍ଥଳକୁ ବନ୍ଦ ରଖିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?