Posted inଖେଳ

ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୧/୮୨

କାନପୁର,୨୫।୧୧: ଶୁଭମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ଆଧାରରେ ଭାରତ ପ୍ରଥମ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଗୋଟିଏ ଉଇକେଟ ହରାଇ ୮୨ ରନ ସଂଗ୍ରହ କରିଛି। ଶୁଭମନ ୫୨ ରନରେ ବ୍ୟାଟିଂ କରୁଛନ୍ତି ଏବଂ ଚେତେଶ୍ୱର ପୂଜାରା ୧୫ ରନରେ ବ୍ୟାଟିଂ କରୁଛନ୍ତି। ମୟଙ୍କ ଅଗ୍ରୱାଲଙ୍କ ରୂପରେ ପ୍ରଥମ ଅଧିବେଶନରେ ଭାରତ ଏକମାତ୍ର ଉଇକେଟ୍‌ ହରାଇଛି।
ଭାରତ ଟସ ଜିତି କାନପୁରର ଗ୍ରୀନପାର୍କରେ ପ୍ରଥମ ଟେଷ୍ଟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri