Categories: ଖେଳ

ଲଞ୍ଚ୍‌ ପର୍ଯ୍ୟନ୍ତ ଭାରତର ସ୍କୋର ୧/୮୨

କାନପୁର,୨୫।୧୧: ଶୁଭମନ ଗିଲଙ୍କ ଅର୍ଦ୍ଧଶତକୀୟ ଇନିଂସ ଆଧାରରେ ଭାରତ ପ୍ରଥମ ଟେଷ୍ଟ ମ୍ୟାଚର ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ବିରତି ପର୍ଯ୍ୟନ୍ତ ଗୋଟିଏ ଉଇକେଟ ହରାଇ ୮୨ ରନ ସଂଗ୍ରହ କରିଛି। ଶୁଭମନ ୫୨ ରନରେ ବ୍ୟାଟିଂ କରୁଛନ୍ତି ଏବଂ ଚେତେଶ୍ୱର ପୂଜାରା ୧୫ ରନରେ ବ୍ୟାଟିଂ କରୁଛନ୍ତି। ମୟଙ୍କ ଅଗ୍ରୱାଲଙ୍କ ରୂପରେ ପ୍ରଥମ ଅଧିବେଶନରେ ଭାରତ ଏକମାତ୍ର ଉଇକେଟ୍‌ ହରାଇଛି।
ଭାରତ ଟସ ଜିତି କାନପୁରର ଗ୍ରୀନପାର୍କରେ ପ୍ରଥମ ଟେଷ୍ଟ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।

Share