ଧରିତ୍ରୀ ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଅକାଳ ବିୟୋଗ

ସୁନ୍ଦରଗଡ,୧।୬(ଜୟ ନାରାୟଣ ମେଣ୍ଡୁଳି): ଧରିତ୍ରୀର ରାଉରକେଲା ଫଟୋ ଖବରଦାତା ବିବେକ ମହାନ୍ତିଙ୍କ ଶନିବାର ଭୋରରେ ଅକାଳ ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୦ ବର୍ଷ ବୟସ ହୋଇଥିଲା। ସେ ରାଉରକେଲା ଧରିତ୍ରୀ ଅଫିସରେ ଫଟୋ ଖବରଦାତା ଭାବେ କାର୍ଯ୍ୟରତ ଥିଲେ। ଗତ କିଛମାସ ହେବ ସେ ଲିଭର୍‌(ଯକୃତ) ଜନିତ ସମସ୍ୟା ଯୋଗୁ ଚିକିତ୍ସିତ ହେଉଥିଲେ। କଟକରୁ ଗତମାସରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ହେଲେ ହଠାତ ତାଙ୍କ ମୃତ୍ୟୁ ଖବର ପାଇ ବହୁ ଖବରଦାତା, ଫଟୋଗ୍ରାଫର ଓ ବନ୍ଧୁ ପରିଜନ ତାଙ୍କ ରାଉରକେଲା ଫର୍ଟିଲାଇଜର ଇନ୍ଦିରା ପାଲି ସ୍ଥିତ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିଥିଲେ। ଧରିତ୍ରୀର ଜଣେ ଫଟୋ ଖବରଦାତା ଭାବେ ନିଷ୍ଠାପର ଭାବେ କାର୍ଯ୍ୟ କରି ସେ ସବୁରି ମହଲରେ ପ୍ରିୟଭାଜନ ହୋଇପାରିଥିଲେ। ବିବେକଙ୍କ ମୃତ୍ୟୁ ପରେ ତାଙ୍କ ମା’ବାପା ଓ ଏକ ମାତ୍ର ଭାଇ ଦୁଖରେ ଭାଙ୍ଗି ପଡିଛନ୍ତି। ତେବେ ତାଙ୍କ ମୃତ୍ୟୁକୁ ଧରିତ୍ରୀ ପରିବାର ପକ୍ଷରୁ ଶୋକ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri