ଯବାନଙ୍କ ଅକାଳ ବିୟୋଗ: ଗାଁରେ ଖେଳିଗଲା ଶୋକାକୁଳ ପରିବେଶ

ରଣପୁର,୧୭।୪: ନୟାଗଡ଼ ଜିଲା ରଣପୁର ବ୍ଲକର ପାଟପୁର ଗାଁ। ମ୍ରିୟମାଣ ହୋଇ ପଡିଛନ୍ତି ଗାଁ ଲୋକେ l ଗାଁରେ ଖେଳିଗଲା ଶୋକାକୁଳ ପରିବେଶ l ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ହୋଇଛି ୨୬ ବର୍ଷୀୟ ବିଏସଫ ଯବାନ ମନୋରଞ୍ଜନ ପ୍ରଧାନ ଓରଫ ମଣ୍ଟୁଙ୍କର ଶେଷକୃତ୍ୟ । ଛାତ୍ର ଜୀବନରୁ ଦେଶର ସେବା କରିବା ପାଇଁ ପଣ କରିଥିଲେ ମଣ୍ଟୁ l ଗତ ୪ ବର୍ଷ ହେବ ଦେଶ ମାତୃତ୍ୱର ସେବା ପାଇଁ ଭାରତୀୟ ସେନାରେ ଯୋଗଦେଇ ପଞ୍ଜାବରେ କାର୍ଯ୍ୟରତ ଥିଲେ l ମଣ୍ଟୁ ଜଣେ ସରଳ ମିଷ୍ଟଭାଷୀ ଭାବେ ବେଶ ପରିଚିତ ଥିଲେ l ୨୫ରେ ହେବାକୁ ଥିବା ଜେଜେ ବାପାଙ୍କ ବର୍ଷିକିଆ ପାଇଁ ଗାଁକୁ ଗତ ୧୪ ତାରିଖ ସନ୍ଧ୍ୟାରେ ଛୁଟିରେ ଆସିଥିଲେ। ଗତ ୧୫ ତାରିଖ ସକାଳେ ପୋଖରୀକୁ ଡ୍ରେସ ସଫା କରିବା ପାଇଁ ଯାଇ ପଡି ଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସୁନଖଳା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରା ଯାଇଥିଲା। ଅବସ୍ଥାରେ ଉନ୍ନତି ନ ଆସିବାରୁ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ପରେ ଭୁବନେଶ୍ୱର ବେସରକାରୀ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଡାକ୍ତର ୧୬ ତାରିଖରେ ମୃତ ଘୋଷଣା କରିଥଲେ । କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ବ୍ୟବଛେଦ କରାଯିବା ପରେ ପାଟପୁର ଗାଁରେ ପହଞ୍ଚିିଥିଲା ମରଶରୀର l ମଣ୍ଟୁଙ୍କ ଶେଷ ଦର୍ଶନ ପାଇଁ ସ୍ଥାନୀୟ ଅଞ୍ଚଳରେ ବୁଧବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା l ଜଟଣୀ ସେନା ବାହିନୀ କ୍ୟାମ୍ପ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ବୁଧବାର ସମ୍ପନ୍ନ ହୋଇଛି l ମଣ୍ଟୁଙ୍କ ଶେଷ ଦର୍ଶନ ପାଇଁ ସ୍ଥାନୀୟ ଅଞ୍ଚଳରେ ଭିଡ଼ ଜମାଇଥିଲେ ଲୋକେ l ମଣ୍ଟୁ ଭାଇ ଅମର ରହେ ନାରା ପ୍ରକମ୍ପିତ ହୋଇଥିଲା ଗାଁ l


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri