ଶିରୋଲ ଗ୍ରାମ ପଞ୍ଚାୟତର ନାଏବ ସରପଞ୍ଚଙ୍କ ଅକାଳ ବିୟୋଗ, ଶୋକବ୍ୟକ୍ତ କଲେ… 

କେସିଙ୍ଗା,୨୨।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି  ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଶିରୋଲ ଗ୍ରାମପଞ୍ଚାତର ନାଏବ ସରପଞ୍ଚ ପଙ୍କଜ ମାଝୀ(୫୫)ଙ୍କ  ଶନିବାର ଅକାଳ ବିୟୋଗ ହୋଇ ଯାଇଛି। ସେ କିଛି ଦିନ ଧରି ଜ୍ବରରେ ପୀଡ଼ିତ ଥିଲେ। ଶନିବାର ସକାଳେ ଜ୍ୱର ବଢ଼ିବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ମାତ୍ର ସେ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ  ଘୋଷଣା କରିଥିଲେ। ପରିବାରଲୋକେ ମୃତଦେହକୁ ହସ୍ପିଟାଲରୁ ଆଣି ଶନିବାର ନିଜ ଗ୍ରାମ ପୋଢ଼ଖମ୍ବରେ ସତ୍କାର କରିଥିଲେ।

ନାଏବ ସରପଞ୍ଚ ଭାବେ ପଙ୍କଜଙ୍କ କାର୍ଯ୍ୟକାଳ ଭିତରେ ଗ୍ରାମ ପଞ୍ଚାୟତରେ ଅନେକ ଉନ୍ନୟନ କାର୍ଯ୍ୟକ୍ରମ ହୋଇଛି। ସେ ଜଣେ ଅଲେଖ ମହିମା ଧର୍ମବାଲମ୍ବୀ  ଓ ନିଷ୍ଠ ଭାସି ଥିଲେ। ଏହି ଦୁଃଖଦ ଖବର ଗ୍ରାମ  ପଞ୍ଚାୟତ ସାରା  ପ୍ରଚାରିତ ହେଲା ପରେ ଶିରୋଲ ଗ୍ରାମ ପଞ୍ଚାୟତ ସରପଞ୍ଚ ଝରଣା ବାଗ, ପିଇଓ ଝସକେତନ   ସାହୁ, ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ଓ ଅନେକ ବ୍ୟକ୍ତି ବିଶେଷ  ଶୋକ ସଭା ପାଳନ କରି ତାଙ୍କର ଅମର ଆତ୍ମାର ସଦ୍‌ଗତି ନିମନ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri