ଅଛୁଆଁ ହେଲେ କରୋନା ରୋଗୀ

ଢେଙ୍କାନାଳ ଅଫିସ,୮।୫: କରୋନା ସଂକ୍ରମିତ ବୋଲି କେହି ପାଖ ମାଡ଼ିଲେନି। ଜୀବନ ଭୟରେ ଲୁଚିଲେ କୋଭିଡ୍‌ ଯୋଦ୍ଧା। ବହୁକଷ୍ଟରେ ହସ୍ପିଟାଲ ଯାଏ ଆସିଥିଲେ ହେଁ ଶଯ୍ୟା ପର୍ଯ୍ୟନ୍ତ ନେବାକୁ ପହଞ୍ଚତ୍ଲାନି କାହାରି ସହାୟତାର ହାତ। ଫଳରେ ଛଟପଟ ହୋଇ ଚାଲିଗଲା ଜଣେ ମହିଳା ରୋଗୀଙ୍କ ଜୀବନ। ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଶୁକ୍ରବାର ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି, ଯାହା ଜିଲାର କୋଭିଡ୍‌ ପରିଚାଳନା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।
ଢେଙ୍କାନାଳ ଜିଲା ଯୋରନ୍ଦା ଅଞ୍ଚଳର ସମ୍ପୃକ୍ତ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍‌ ବିଗିଡ଼ି ଯାଇଥିଲା। ସେ ନିଜ ଝିଅଙ୍କ ସହିତ ଏକ ଅଟୋରିକ୍ସାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ଆଣ୍ଟିଜେନ୍‌ ଟେଷ୍ଟ ରିପୋର୍ଟରୁ ପଜିଟିଭ୍‌ ବୋଲି ଜଣାପଡ଼ିବା ପରେ ସେ ଘରେ ରହି ଚିକିତ୍ସିତ ହେବାକୁ ଇଚ୍ଛାପ୍ରକାଶ କରିଥିଲେ। ଆବଶ୍ୟକ ଔଷଧ ନେଇ ଫେରୁଥିବାବେଳେ ଡାକ୍ତରଖାନାଠାରୁ ୨ କିଲୋମିଟର ଦୂରରେ ସେ ପୁଣି ଅସୁସ୍ଥ ଅନୁଭବ କରିଥିଲେ। ତାଙ୍କୁ ପୁଣି ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ଗୁରୁତର ହୋଇପଡ଼ିଥିବା ମା’ଙ୍କୁ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ କରିବାକୁ ଝିଅ ଆକୁଳ ନିବେଦନ କରିଥିଲେ ମଧ୍ୟ କୌଣସି ସ୍ବାସ୍ଥ୍ୟ କର୍ମଚାରୀ ପାଖ ମାଡ଼ି ନ ଥିଲେ। ଫଳରେ ଚିକିତ୍ସାଳୟ ସମ୍ମୁଖ ବାରଣ୍ଡାରେ ପଡ଼ି ପଡ଼ି ମହିଳାଙ୍କ ମୃତ୍ୟୁ ହୋଇଯାଇଥିଲା। ସୂଚନା ପାଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର ପହଞ୍ଚତ୍ଥିଲେ। କେତେଜଣ ସାମାଜିକ କର୍ମୀ ପିପିଇ କିଟ୍‌ ପିନ୍ଧି ମୃତଦେହକୁ ମର୍ଚୁରୀରେ ଭର୍ତ୍ତି କରିଥିଲେ। କରୋନା ରୋଗୀଙ୍କୁ ଆବଶ୍ୟକ ସମସ୍ତ ସହାୟତା ଯୋଗାଇ ଦେବାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। କୋଭିଡ୍‌ ରୋଗୀଙ୍କ ସେବାରେ ନିୟୋଜିତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଆଗଧାଡ଼ିର ଯୋଦ୍ଧା ମାନ୍ୟତା ଦିଆଯାଇଛି। ଏହା ସତ୍ତ୍ୱେ ସ୍ବାସ୍ଥ୍ୟକର୍ମୀଙ୍କ ଆଖି ଆଗରେ ଛଟପଟ ହୋଇ ଜଣେ ରୋଗୀଙ୍କ ଜୀବନ ଚାଲିଯିବା ଜିଲାର କୋଭିଡ୍‌ ପରିଚାଳନାର ବାସ୍ତବତାକୁ ପଦାକୁ ଆଣିଛି।
ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର କୁହନ୍ତି, ମହିଳା ରୋଗୀ ଜଣକ କୋଭିଡ୍‌ ପଜିଟିଭ୍‌ ଟିହ୍ନଟ ହୋଇଥିଲେ। ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ରହିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ହେଲେ ସେ ଘରେ ଚିକିତ୍ସିତ ହେବେ ବୋଲି କହି ଔଷଧ ନେଇଯାଇଥିଲେ। ପୁଣି ଅସୁସ୍ଥ ହେବାରୁ ଅଧା ରାସ୍ତାରୁ ଫେରି ଆସିଥିଲେ। ଅଟୋ ଚାଳକ ତାଙ୍କୁ ବାହାରେ ଛାଡ଼ି ପଳାଇଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତଦେହକୁ ମର୍ଚୁରିରେ ରଖାଯାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?