ବ୍ୟବହାର ହୋଇପାରୁନି ସ୍କୁଲ ଶୌଚାଳୟ

ଗୋପାଳପୁର,୧୫।୨(ଡି.ଏନ.ଏ.):ରାଜ୍ୟ ସରକାର ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ପ୍ରତି ବିଦ୍ୟାଳୟରେ ଶୌଚାଳୟ କରାଯିବାକୁ ଗୁରୁତ୍ୱ ଦିଆଯାଇଛି। ତେବେ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କର ବୈମାତୃକ ମନୋଭାବ ଓ ରକ୍ଷଣାବେକ୍ଷଣ ଅଭାବ ଯୋଗୁ ଶୌଚାଳୟଗୁଡ଼ିକ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହୁଛି। କନିଷି ହାଟସ୍ଥିତ ରଙ୍ଗେଇଲୁଣ୍ଡା ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଦେଖିବାକୁ ମିଳିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଛାତ୍ରୀଛାତ୍ରଙ୍କ ବ୍ୟବହାର ପାଇଁ ଶୌଚାଳୟ ମଧ୍ୟ ନିର୍ମିତ ହୋଇଛି। ବିଡ଼ମ୍ବନାର କଥା ଯେ, ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଇଚ୍ଛାଶକ୍ତି ଅଭାବରୁ ଶୌଚାଳୟଗୁଡ଼ିକ ଠିକ୍‌ କାମରେ ଲାଗୁନାହିଁ। ଶୌଚାଳୟର କବାଟ ଭାଙ୍ଗିରୁଜି ଯାଇଥିବା ବେଳେ ବାକି ୩ଟି ଶୌଚାଳୟରେ ଚାବି ପଡ଼ିଛି। ଏଥିସହ ହାତ ଧୋଇବା ନିମନ୍ତେ ଥିବା ୱାଶ୍‌ ବେସିନରେ ପାଣି ଆସୁନାହିଁ । ସ୍ବଚ୍ଛତା, ପରିମଳ ଓ ଶୌଚାଳୟ ଉପରେ ସରକାର ଗୁରୁତ୍ୱ ଦେଉଥିବା ବେଳେ ଏଥିପ୍ରତି ପ୍ରଧାନ ଶିକ୍ଷକଙ୍କ ନଜର ନ ପଡ଼ିବା ଆଚମ୍ବିତ କରୁଛି। ଏହାଦ୍ୱାରା ଛାତ୍ରୀଛାତ୍ରମାନେ ଶୌଚାଳୟ ଯିବା ନିମନ୍ତେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ଜିଲା ପ୍ରଶାସନ ଓ ଶିକ୍ଷା ବିଭାଗ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri