କରୋନା ଟିକା ନ ନେଲେ ହରାଇବାକୁ ପଡିବ ଚାକିରି

ଓଟାୱା,୯ ।୯: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏୟାର ଲାଇନ୍ସ ପକ୍ଷରୁ ଚେତାବନୀ ଜାରି କରାଯାଇଛି । କମ୍ପାନୀ କହିଛି ଯେଉଁ କର୍ମଚାରୀମାନେ ଏପର୍ଯ୍ୟନ୍ତ କରୋନା ଟିକା ନେଇ ନାହାନ୍ତି ସେମାନଙ୍କୁ ଚାକିରି ହରାଇବାକୁ ପଡିପାରେ । କିମ୍ବା ବିନା ଦରମାରେ ଛୁଟି ଦିଆଯାଇପାରେ । କାନାଡାର ଏୟାର ଲାଇନ୍ସ କମ୍ପାନୀ ୱେଷ୍ଟଜେଟ୍ ଓ ୟୁନାଇଟେଡ ଏୟାରଲାଇନ୍ସ କହିଛି ଯେଉଁ କର୍ମଚାର ଏପର୍ଯ୍ୟନ୍ତ କରୋନା ଟିକା ନେଇ ନାହାଁନ୍ତି ସେମାନଙ୍କୁ ଚାକିରି ହରାଇବାକୁ ପଡିପାରେ । ଏୟାର ଲାଇନ୍ସ କମ୍ପାନୀ ୱେଷ୍ଟ ଜେଟ୍ ସମସ୍ତ କର୍ମଚାରୀଙ୍କୁ ସେପ୍ଟେମ୍ବର ୨୪ ସୁଦ୍ଧା ଟିକାକରଣ ସମ୍ପର୍କରେ ସୂଚନା ଦେବାକୁ କହିଛି । ଏହାସହ ଅକ୍ଟୋବର ୩୦ ସୁଦ୍ଧା ସମସ୍ତ କର୍ମଚାରୀ ଟିକାର ସମସ୍ତ ଡୋଜ ନେଇସାରିଥିବା ଦରକାର । ସେହିପରି ୟୁନାଇଟେଡ ଏୟାର ଲାଇନ୍ସ ଟିକାକରଣ ସମୟ ୨୭ ସେପ୍ଟେମ୍ବର ପର୍ଯ୍ୟନ୍ତ ଦେଇଛି । ଧର୍ମ ଆଧାରରେ ଟିକାକରଣକୁ ନେଇ କୌଣସି ପ୍ରକାର କ୍ଷମା ଦିଆଯିବ ନାହିଁ ବୋଲି କମ୍ପାନୀ ପକ୍ଷରୁ ସ୍ପଷ୍ଟଭାବେ ଜଣାଇ ଦିଆଯାଇଛି । ଚିକିତ୍ସା କାରଣ ପାଇଁ ଅଧିକ ୫ ସପ୍ତାହ ମିଳିବ ବୋଲି କମ୍ପାନୀ ଜଣାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri